୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ, ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 21, 2021

୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ, ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳ ଜିଲ୍ଲାରେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ  । ଏହାସହ ଘଡ଼ଘଡ଼ି ସହ  ବଜ୍ରପାତ ନେଇ ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହି ସବୁ ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ା । ଏନେଇ ପାଣିପାଗ ବିଶେଷଜ୍ଞ ଏଚ. ଆର ବିଶ୍ୱାସ କହିଛନ୍ତି, ୨୨ ଜୁନ୍‌ରେ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣର ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ମୌସୁମୀ ପ୍ରଭାବରେ ଜୁନ ୧ରୁ ଜୁନ ୨୧ ଯାଏଁ ଓଡ଼ିଶାରେ ୧୩୬. ୩ ମିଲିମିଟର ବର୍ଷା  ରେକର୍ଡ ହୋଇଛି  ।

The post ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ, ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3qiagp9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages