୨ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 15, 2021

୨ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୦୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୯୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୭୫ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୬୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୬ ଜଣ ଥିବା ବେଳେ କଟକରୁ ୩୧୯, ବାଲେଶ୍ୱରରୁ ୧୭୬, ଯାଜପୁରରୁ ୧୩୬, ପୁରୀରୁ ୧୧୦, ଜଗତସିଂହପୁରରୁ ୯୭, ମୟୂରଭଞ୍ଜରୁ ୮୧ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୭ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୫୭ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୫, ଭଦ୍ରକରୁ ୬୬, ବଲାଙ୍ଗିରରୁ ୭, ବୌଦ୍ଧରୁ ୧୧, ଦେବଗଡ଼ରୁ ୩, ଢେଙ୍କାନାଳରୁ ୪୪, ଗଜପତିରୁ ୬, ଗଞ୍ଜାମରୁ ୧୨, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୧୨, କନ୍ଧମାଳରୁ ୧୮, କେନ୍ଦୁଝରରୁ ୫୬, କୋରାପୁଟରୁ ୨୩, ମାଲକାନଗିରିରୁ ୨୦, ନବରଙ୍ଗପୁରରୁ ୧୧, ନୂଆପଡ଼ାରୁ ୭, ରାୟଗଡ଼ାରୁ ୧୮, ସମ୍ବଲପୁରରୁ ୧୬, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୬୬ ଓ ଷ୍ଟେଟ୍‌ ପୁଲ୍‌ରୁ ୮୫ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଯେଉଁ ୬୪ ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଅଛନ୍ତି। ସେହିପରି ବରଗଡ଼ ଜିଲ୍ଲାରୁ ୧୦ ଜଣ ଥିବା ବେଳେ ବାଲେଶ୍ୱରରୁ ୮, ସୁନ୍ଦରଗଡ଼ରୁ ୭, ଗଞ୍ଜାମରୁ ୬, କନ୍ଧମାଳ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ ଏବଂ କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୂଆପଡ଼ା, ପୁରୀ, ରାୟଗଡ଼ା, ବୌଦ୍ଧ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୯କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୧୫୬, ବରଗଡ଼ରେ ୨୩୪, ବୌଦ୍ଧରେ ୯୦, ଗଞ୍ଜାମରେ ୪୦୦, କଳାହାଣ୍ଡିରେ ୧୯୧, କନ୍ଧମାଳରେ ୫୯, କେନ୍ଦ୍ରାପଡ଼ାରେ ୧୦୭, ମୟୂରଭଞ୍ଜରେ ୧୭୨, ନୂଆପଡ଼ାରେ ୭୩, ପୁରୀରେ ୨୯୬, ରାୟଗଡ଼ାରେ ୧୫୧, ସମ୍ବଲପୁରରେ ୧୫୦ ଓ ସୁନ୍ଦରଗଡ଼ରେ ୪୨୭କୁ ବୃଦ୍ଧି ପାଇଛି।

୨୦୭୦ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୯ ହଜାର ୯୨୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୨୩ ହଜାର ୨୦୯ ଜଣ ସୁସ୍ଥ ହୋଇସାରିଛନ୍ତି। ୨୧ ହଜାର ୭୪୨ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

The post ୨ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/3rbQ8oY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages