ରାଜ୍ୟରେ ୨୩୩୪ ନୂଆ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 9, 2021

ରାଜ୍ୟରେ ୨୩୩୪ ନୂଆ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୩୪୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୯୨ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫୮ ଜଣଙ୍କ ସଂପର୍କରେ ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି ପାଇଛି।

ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୦ ଜଣ ଥିବା ବେଳେ କଟକରୁ ୩୭୧, କେନ୍ଦ୍ରାପଡ଼ାରୁ ୧୯୬, ଯାଜପୁରରୁ ୧୭୯, ବାଲେଶ୍ୱରରୁ ୧୬୪, ଭଦ୍ରକରୁ ୧୨୧, ପୁରୀରୁ ୧୦୬ ମୟୂରଭଞ୍ଜରୁ ୧୦୪, ଜଗତସିଂହପୁରରୁ ୧୦୧ ଓ ନୟାଗଡ଼ରୁ ୯୪ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୭, ବଲାଙ୍ଗିରରୁ ୬, ବୌଦ୍ଧରୁ ୧୩, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୪, ଗଜପତିରୁ ୨, ଗଞ୍ଜାମରୁ ୬, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୯,କନ୍ଧମାଳରୁ ୨୯, କେନ୍ଦୁଝରରୁ ୫୧, କୋରାପୁଟରୁ ୧୯, ମାଲକାନଗିରିରୁ ୧୩, ନବରଙ୍ଗପୁରରୁ ୭, ନୂଆପଡ଼ାରୁ ୩,ରାୟଗଡ଼ାରୁ ୩୮,ସମ୍ବଲପୁରରୁ ୨୧,ସୋନପୁରରୁ ୧୨ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୭୬ ଜଣ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ ଅଡିଟ୍ ପରେ ଆଉ ୫୮ ଜଣ କରୋନା ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଅଛନ୍ତି। ସେହିପରି ଏହି ମୃତକଙ୍କ ମଧ୍ୟରେ ବରଗଡ଼ ଓ ପୁରୀରୁ ୭ ଜଣ ଲେଖାଏଁ, ଗଂଜାମ ଓ ସୁନ୍ଦରଗଡ଼ରୁ ଜଣ ୬ ଲେଖାଏଁ, ସମ୍ବଲପୁରରୁ ୪, କେନ୍ଦ୍ରାପଡ଼ାରୁ ୩, କଟକ, ଢେଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ରୁ ୨ ଜଣ ଲେଖାଏଁ ଏବଂ ଅନୁଗୋଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪୨କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୧୮୭, ବରଗଡ଼ରେ ୧୮୫, କଟକରେ ୩୦୭, ଢେଙ୍କାନାଳରେ ୯୩, ଗଜପତିରେ ୭୨,ଗଞ୍ଜାମରେ ୩୭୬, ଯାଜପୁରରେ ୫୦, ଝାରସୁଗୁଡ଼ାରେ ୧୩୧, କଳାହାଣ୍ଡିରେ ୧୮୭,କେନ୍ଦ୍ରାପଡ଼ାରେ ୯୭, କେନ୍ଦୁଝରରେ ୮୨, ମୟୂରଭଞ୍ଜରେ ୧୫୦, ନୟାଗଡ଼ରେ ୧୨୪, ପୁରୀରେ ୨୭୩, ସମ୍ବଲପୁରରେ ୧୪୦ ଓ ସୁନ୍ଦରଗଡ଼ରେ ୩୯୫କୁ ବୃଦ୍ଧି ପାଇଛି।

୨୩୩୪ଟି ନୂଆ କେସ୍‌ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ ହଜାର ୪୭୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୬ ହଜାର ୫୧୯ ଜଣ ସୁସ୍ଥ ହୋଇସାରିଛନ୍ତି। ୨୬ ହଜାର ୩୬୪ ଜଣ ଚିକିତ୍ସାଧୀନ ଅଛନ୍ତି।

The post ରାଜ୍ୟରେ ୨୩୩୪ ନୂଆ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/2T6ENu0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages