ରାଜ୍ୟରେ ୧୫୭୮ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫୯୦୨କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 30, 2021

ରାଜ୍ୟରେ ୧୫୭୮ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫୯୦୨କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୬୩ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯୦୨କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪୩୬ ଜଣ ଥିବା ବେଳେ କଟକରୁ ୨୧୨, ଅନୁଗୋଳରୁ ୪୭, ବାଲେଶ୍ୱରରୁ ୭୮, ବରଗଡ଼ରୁ ୯, ଭଦ୍ରକରୁ ୫୨, ବଲାଙ୍ଗିରରୁ ୮, ବୌଦ୍ଧରୁ ୪, ଦେବଗଡ଼ରୁ ୮, ଢେଙ୍କାନାଳରୁ ୧୯, ଗଜପତିରୁ ୧୪, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧୧୩, ଯାଜପୁରରୁ ୭୭, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ୧୭, କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝରରୁ ୧୭, କୋରାପୁଟରୁ ୧୪, ମାଲକାନଗିରିରୁ ୧୧, ମୟୂରଭଞ୍ଜରୁ ୪୧, ନବରଙ୍ଗପୁରରୁ ୧୬, ନୟାଗଡ଼ରୁ ୫୩, ନୂଆପଡ଼ାରୁ ୨, ପୁରୀରୁ ୧୦୯, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୧୮, ସୋନପୁରରୁ ୧୨ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୯ ଜଣ ଅଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୯୨ ଜଣ ଚିହ୍ନଟ ହୋଇଛନ୍ତି।

୧୫୭୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୭ ହଜାର ୨୬୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫୪ ହଜାର ୯୨୯ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୧୬ ହଜାର ୩୮୪ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ୬୮ ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୮ ଜଣ ଥିବା ବେଳେ ଖୋର୍ଦ୍ଧା ଓ ଗଞ୍ଜାମରୁ ୭ ଜଣ ଲେଖାଏଁ, ବାଲେଶ୍ୱର ଓ ପୁରୀରୁ ୫ ଜଣ ଲେଖାଏଁ, କଟକ ଓ ମୟୂରଭଞ୍ଜରୁ ୪ ଜଣ ଲେଖାଏଁ, ବରଗଡ଼, ବଲାଙ୍ଗିର, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ରୁ ୩ ଜଣ ଲେଖାଏଁ, ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ସମ୍ବଲପୁର ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, ଯାଜପୁର ଓ କନ୍ଧମାଳରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୪୫କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୨୫୫, ବାଲେଶ୍ୱରରେ ୧୮୮, ବରଗଡ଼ରେ ୨୮୭, ଭଦ୍ରକରେ ୭୫, ବଲାଙ୍ଗିରରେ ୧୦୨, ବୌଦ୍ଧରେ ୧୦୫, କଟକରେ ୩୩୯, ଗଞ୍ଜାମରେ ୪୪୨, ଜଗତସିଂହପୁରରେ ୯୮, ଯାଜପୁରରେ ୭୨, କଳାହାଣ୍ଡିରେ ୧୯୮, କନ୍ଧମାଳରରେ ୭୪, କେନ୍ଦ୍ରାପଡ଼ାରେ ୧୩୩, କେନ୍ଦୁଝରରେ ୧୨୯, ମୟୂରଭଞ୍ଜରେ ୨୦୯, ନବରଙ୍ଗପୁରରେ ୬୨, ନୟାଗଡ଼ରେ ୧୪୬, ପୁରୀରେ ୩୫୫ ଓ ସମ୍ବଲପୁରରେ ୧୭୬କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ୧୫୭୮ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫୯୦୨କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/3leQXwl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages