୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ, ଘଡ଼ଘଡ଼ି ସହ ମାରିବ ବିଜୁଳି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 2, 2021

୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ, ଘଡ଼ଘଡ଼ି ସହ ମାରିବ ବିଜୁଳି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମୌସୁମୀ ବର୍ଷାର ପ୍ରଭାବ ସାମାନ୍ୟ ହ୍ରାସ ପାଇଛି। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ ହାଲୁକାରୁ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

ଘଡ଼ଘଡ଼ି ସହ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।  ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଦେବଗଡ଼,  ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ବାକି ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ ଏଚ.ଆର. ବିଶ୍ୱାସ ।

ଗତକାଲି ଭୁବନେଶ୍ୱରରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ବେଳେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମଧ୍ୟ ଏଭଳି ପାଗ ଲାଗି ରହିବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ। ଗତକାଲି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ମଧ୍ୟ ରେକର୍ଡ ହୋଇଛି ।

ମୟୂରଭଂଜର ଚନ୍ଦନପୁରରେ ସର୍ବାଧିକ ୧୨୧. ୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ନୂଆପଡ଼ା କୋମନାରେ ୮୬. ୩ ମିଲିମିଟର, ବରଗଡ଼ ଜିଲ୍ଲା ପଦ୍ମପୁରରେ ୮୦ ମିମି,  ନବରଙ୍ଗପୁର ଝରିଗାଁରେ ୭୯. ୪ ମିଲିମିଟର  ବର୍ଷା ରେକର୍ଡ ହୋଇଛି।

 

The post ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ, ଘଡ଼ଘଡ଼ି ସହ ମାରିବ ବିଜୁଳି appeared first on Odisha Reporter.



from Odisha Reporter https://ift.tt/3Aium7n

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages