ସାପ ବିଷ ଜ୍ୱାଳାରେ ଛଟପଟ ମଞ୍ଜୁଳାକୁ ନିଆଗଲା କଟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 13, 2021

ସାପ ବିଷ ଜ୍ୱାଳାରେ ଛଟପଟ ମଞ୍ଜୁଳାକୁ ନିଆଗଲା କଟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାପ ବିଷ ଯନ୍ତ୍ରଣାର ଜ୍ୱଳା ସହି ନ ପାରି ମାସେ ହେବ ଛଟପଟ ହେଉଥିବା ୯ ବର୍ଷର ନାବାଳିକା ମଂଜୁଳା ଅଣ୍ଟିକୁ ଶେଷରେ ଅଧିକ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ଗଣମାଧ୍ୟମରେ ଖବର ପ୍ରସାରଣ ପରେ ତତ୍ପର ହୋଇଉଠିଛି  ପ୍ରଶାସନ।

ମାସାଧିକ କାଳ ସର୍ପ ଦଂଶନ ଜ୍ୱାଳାରେ ଜଳୁଥିବା ୯ ବର୍ଷର ବାଳିକା ମଂଜୁଳା ଅଣ୍ଟିର ଚିକିତ୍ସା ଲାଗି ବ୍ୟବସ୍ଥା କରିଛି ନବରଙ୍ଗପୁର ଜିଲ୍ଲା ପ୍ରଶାସନ । ମଂଜୁଳାକୁ ଗତକାଲି  ପ୍ରଥମେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ତାକୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମଂଜୁଳାର ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କାର ତୁରନ୍ତ ସହାୟତା ମଧ୍ୟ ଯୋଗାଇ ଦେଇଛନ୍ତି ଜିଲ୍ଲାପାଳ । ସେପଟେ କଟକରେ ତାର ସମସ୍ତ ଚିକିତ୍ସା ବିନା ମୂଲ୍ୟରେ କରାଯିବାକୁ ବନ୍ଦୋବସ୍ତ କରାଯାଇଛି । ଆବଶ୍ୟକସ୍ଥଳେ ତାକୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ସହାୟତା ଯୋଗାଇ ଦିଆ ଯିବ ବୋଲି କହିଛନ୍ତି ଜିଲ୍ଲାପାଳ ।

ନବରଙ୍ଗପୁର ବାଲିଝର ଗାଁର ୯ ବର୍ଷର ଝିଅ ମଞ୍ଜୁଳା ମାସେ ତଳେ ଘର ପାଖ ଗଛ କୋରଡ଼ରୁ ପକ୍ଷୀ ଧରୁଥିବା ବେଳେ ସାପଟି ତାକୁ ଚୋଟ ମାରିଥିଲା । ସେହିଦିନଠାରୁ ବିଷ ଜ୍ୱାଳାରେ ଛଟପଟ ହେଉଛି ମଞ୍ଜୁଳା। ନାଗ ଚୋଟ ମାରିଥିବା ଡାହାଣ ହାତଟି ଫୁଲି ଯାଇ କଳା ପଡ଼ିଯାଇଛି । ତେବେ ଚିକିତ୍ସା ଅଭାବରୁ ତା ହାତ ଏବେ ପଚିବା ଆରମ୍ଭ କଲାଣି ।

ସାପ କାମୁଡ଼ିବା ପରେ ପରିବାର ଲୋକେ ତାକୁ ପ୍ରଥମେ ଉମରକୋଟ, ପରେ ନବରଙ୍ଗପୁର ଓ ତାପରେ କୋରାପୁଟ ମେଡିକାଲକୁ ନେଇଥିଲେ । ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ମେଡିକାଲ ନେବାକୁ ପରାମର୍ଶ ଦେଇଥିଲେ କୋରାପୁଟର ଡାକ୍ତର  । କିନ୍ତୁ ଅର୍ଥ ଅଭାବରୁ ମଂଜୁଳାକୁ ପରିବାର ଲୋକେ ବ୍ରହ୍ମପୁର ନେଇପାରିନଥିଲେ  । ସେବେଠୁ  ଝିଅଟି ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ଝିଅ ଦୁଃଖକୁ ସହି ନ ପାରି ଆଖିରୁ ଲୁହ ଝରାଉଥିଲେ ତା’ ବାପାମା‘ । ଗଣମାଧ୍ୟମରେ  ଖବର ପ୍ରକାଶ ପରେ ଏବେ ଝିଅଟିର ଚିକିତ୍ସା ପାଇଁ ଅଣ୍ଟା ଭିଡ଼ିଛି ପ୍ରଶାସନ ।

ଏନେଇ ନବରଙ୍ଗପୁର ସିଡିଏମ୍‌ଓ କହିଛନ୍ତି,  ଝିଅଟିର ମାଗଣା ଚିକିତ୍ସା ବ୍ୟବସ୍ଥା କରିବୁ । ଜିଲ୍ଲାପାଳ ମଧ୍ୟ ଝିଅଟିର ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

The post ସାପ ବିଷ ଜ୍ୱାଳାରେ ଛଟପଟ ମଞ୍ଜୁଳାକୁ ନିଆଗଲା କଟକ appeared first on Odisha Reporter.



from Odisha Reporter https://ift.tt/3r8UUUm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages