୧୬୧୫ ନୂଆ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 28, 2021

୧୬୧୫ ନୂଆ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୭୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଆଉ ୬୫ ଜଣଙ୍କ ସମ୍ପର୍କରେ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୨ ଜଣ ଥିବା ବେଳେ କଟକରୁ ୨୨୯, ପୁରୀରୁ ୧୨୩, ଅନୁଗୋଳରୁ ୭୨, ବାଲେଶ୍ୱରରୁ ୯୮, ବରଗଡ଼ରୁ ୫, ଭଦ୍ରକରୁ ୬୦, ବଲାଙ୍ଗିରରୁ ୭, ବୌଦ୍ଧରୁ ୧୧, ଦେବଗଡ଼ରୁ ୯, ଢେଙ୍କାନାଳରୁ ୩୦, ଗଜପତିରୁ ୨, ଗଞ୍ଜାମରୁ ୭, ଜଗତସିଂହପୁରରୁ ୯୬, ଯାଜପୁରରୁ ୭୦, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୨, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୪୦, କେନ୍ଦୁଝରରୁ ୧୫, କୋରାପୁଟରୁ ୪, ମାଲକାନଗିରିରୁ ୪ଳ ମୟୂରଭଞ୍ଜରୁ ୪୮, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୪୨, ନୂଆପଡ଼ାରୁ ୫, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୬, ସୋନପୁରରୁ ୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩୦ ଜଣ ଅଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି।

୧୬୧୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୪ ହଜାର ୧୩୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫୧ ହଜାର ୪୯ ଜଣ ସୁସ୍ଥ ହୋଇସାରିଲେଣି ଓ ୧୭ ହଜାର ୨୬୨ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ଯେଉଁ ୬୫ ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଥିବା ବେଳେ ବରଗଡ଼ରୁ ୭, ସୁନ୍ଦରଗଡ଼ରୁ ୬, ଝାରସୁଗୁଡ଼ା ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ, ଅନୁଗୋଳ, ବଲାଙ୍ଗିର, କଟକ, ଗଞ୍ଜାମ, ଯାଜପୁର ଓ ପୁରୀରୁ ୩ ଜଣ ଲେଖାଏଁ, ଭଦ୍ରକ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୩୦କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୨୪୭, ବାଲେଶ୍ୱରରେ ୧୮୧, ବରଗଡ଼ରେ ୨୮୪, ଭଦ୍ରକରେ ୬୭, ବଲାଙ୍ଗିରରେ ୯୯, କଟକରେ ୩୨୫, ଢେଙ୍କାନାଳରେ ୧୧୭,ଗଜପତିରେ ୮୧, ଗଞ୍ଜାମରେ ୪୩୧, ଜଗତସିଂହପୁରରେ ୯୨, ଯାଜପୁରରେ ୬୬, ଝାରସୁଗୁଡ଼ାରେ ୧୫୧, କଳାହାଣ୍ଡିରେ ୧୯୫, କେନ୍ଦ୍ରାପଡ଼ାରେ ୧୨୮, କେନ୍ଦୁଝରରେ ୧୨୬, କୋରାପୁଟରେ ୭୧, ମୟୂରଭଞ୍ଜରେ ୨୦୩, ନୂଆପଡ଼ାରେ ୭୯, ପୁରୀରେ ୩୪୬, ସମ୍ବଲପୁରରେ ୧୭୪ ଓ ସୁନ୍ଦରଗଡ଼ରେ ୫୦୯କୁ ବୃଦ୍ଧି ପାଇଛି।

The post ୧୬୧୫ ନୂଆ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/3zJ0u2T

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages