ରାଜ୍ୟରେ ଆଉ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 4, 2021

ରାଜ୍ୟରେ ଆଉ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି।

ଏହି ୫୨ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ଆଉ ଏହି ୯ ଜଣଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରରରୁ ୫ ଜଣ ଅଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି।

ବରଗଡ଼, ଗଞ୍ଜାମ, କଳାହାଣ୍ଡି, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦ୍ରାପଡ଼ାରୁ ୪ ଏବଂ କଟକ, କନ୍ଧମାଳ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ସେହିପରି ଢେଙ୍କାନାଳ, ଭଦ୍ରକ, ‍ବୌଦ୍ଧ, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ଼, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୫୭କୁ ବୃଦ୍ଧି ପାଇଥିବା ବେଳେ ଗଞ୍ଜାମରେ ୩୫୩, କଳାହାଣ୍ଡିରେ ୧୭୯, ପୁରୀରେ ୨୪୭, ସୁନ୍ଦରଗଡ଼ରେ ୩୭୨, କେନ୍ଦ୍ରାପଡ଼ାରେ ୮୯, କଟକରେ ୨୯୭, କନ୍ଧମାଳରେ ୫୧, ମୟୂରଭଞ୍ଜରେ ୧୩୩, ଭଦ୍ରକରେ ୫୧, ବୌଦ୍ଧରେ ୮୪, ଢେଙ୍କାନାଳରେ ୭୫, ଝାରସୁଗୁଡ଼ାରେ ୧୨୯, କନ୍ଧମାଳରେ ୫୧, କେନ୍ଦୁଝରରେ ୭୫, ମୟୂରଭଞ୍ଜରେ ୧୩୩, ନୟାଗଡ଼ରେ ୧୦୮, ନୂଆପଡ଼ାରେ ୭୦ ଓ ସମ୍ବଲପୁର ଜିଲ୍ଲାରେ ୧୩୧କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୮୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୪ ହଜାର ୬୯୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୯୦ ହଜାର ୭୭୮ ଜଣ ସୁସ୍ଥ ହୋଇସାରିଛନ୍ତି। ୨୯ ହଜାର ୬୨୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

The post ରାଜ୍ୟରେ ଆଉ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3hh245H

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages