ପୁରୀ(ଓଡ଼ିଶା ରିପୋର୍ଟର): ଲଗାତାର ଦ୍ୱିତୀୟ ବର୍ଷ ପାଇଁ କରୋନା କଟକଣା ମଧ୍ୟରେ ବଡ଼ଦାଣ୍ଡରେ ଗଡ଼ିଲା ରଥ। କୋଭିଡ଼ କଟକଣା ଯୋଗୁ ଦିବ୍ୟ ଦର୍ଶନରୁ ବଞ୍ଚିତ ହେଲେ ଭକ୍ତ । ବିନା ଭକ୍ତରେ ସେବାୟତ ଟାଣୁଛନ୍ତି ରଥ। ପ୍ରଥମେ ଗଡ଼ିଲା ବଳଭଦ୍ରଙ୍କ ତାଳଧ୍ୱଜ। ନିର୍ଦ୍ଧାରିତ ସମୟର ୩ ଘଣ୍ଟା ପୂର୍ବରୁ ଗଡ଼ିଲା ରଥ।
ସୂଚନାଯୋଗ୍ୟ, ରଥ ଗଡ଼ିବା ପୂର୍ବରୁ ପ୍ରଥମେ ସ୍ୱାମୀ ନିଶ୍ଚଳାନନ୍ଦ ନିଜ ଅନୁଗାମୀଙ୍କ ସହ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଏହାପରେ ଗଜପତି ମହାରାଜା ପହଞ୍ଚି ୩ ରଥରେ ଛେରା ପହଁରା କରିଥିଲେ। ଏହାପରେ ୩ ରଥରେ ସାରଥୀ ଓ ଘୋଡ଼ାଯଚା କାମ ସମ୍ପନ କରାଯାଇ ଆରମ୍ଭ ହେଲା ରଥ ଟଣା।
ସୂଚନାଯୋଗ୍ୟ, ରତ୍ନ ସିଂହାସନ ଛାଡ଼ି ଭାଇଭଉଣୀଙ୍କ ସହ ଆଜି ଜନ୍ମବେଦୀ ଅଭିମୁଖେ ବାହାରିଛନ୍ତି କାଳିଆ ସାଆନ୍ତ । ଆଜି ସବୁ ନୀତିକାନ୍ତି ସୁରୁଖୁରରେ ସମ୍ପନ୍ନ ହୋଇଥିବା ବେଳେ ନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଆରମ୍ଭ ହୋଇ ସାରିଲାଣି ରଥ ଟଣା।
The post ନିର୍ଦ୍ଧାରିତ ସମୟର ୩ ଘଣ୍ଟା ପୂର୍ବରୁ ବଡ଼ଦାଣ୍ଡରେ ଗଡ଼ିଲା ରଥ appeared first on Odisha Reporter.
from Odisha Reporter https://ift.tt/3hy7Pfc
No comments:
Post a Comment