ପୁଣି ଏକ ପୁରସ୍କାର ହାତେଇଲା ଭୁବନେଶ୍ୱର, ପାଇବ କୋଟିଏ ଟଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 28, 2021

ପୁଣି ଏକ ପୁରସ୍କାର ହାତେଇଲା ଭୁବନେଶ୍ୱର, ପାଇବ କୋଟିଏ ଟଙ୍କା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଭୁବନେଶ୍ୱର ସ୍ମାର୍ଟ ସିଟିକୁ ମିଳିଛି ଆଉ ଏକ ପୁରସ୍କାର । କେନ୍ଦ୍ର ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସାଇକେଲ ଫର ଚେଞ୍ଜ ପ୍ରତିଯୋଗିତାରେ ଏହି ପୁରସ୍କାର ହାତେଇଛି  ଭୁବନେଶ୍ୱର ।

ଏହି ପ୍ରତିଯୋଗିତାରେ ଦେଶର ୧୦୦ଟି ସ୍ମାର୍ଟ ସିଟି ଓ ସବୁ ରାଜ୍ୟର ରାଜଧାନୀ ଅଂଶଗ୍ରହଣ କରିଥିଲେ  । ଏଥିରେ ଦେଶର ପ୍ରଥମ ୧୧ଟି ସ୍ମାର୍ଟ ସିଟି ମଧ୍ୟରେ ଭୁବନେଶ୍ୱର ଦ୍ୱିତୀୟ ସ୍ଥାନରେ ରହିଛି । ଏଥିପାଇଁ ଭୁବନେଶ୍ୱର ସ୍ମାର୍ଟ ସିଟିକୁ ୧ କୋଟି ଟଙ୍କାର ଆର୍ଥିକ ରାଶି ପୁରସ୍କାର ସ୍ୱରୂପ ମିଳିବ । ସ୍ମାର୍ଟ ସିଟି ଭୁବନେଶ୍ୱର ପକ୍ଷରୁ ଏହି ସଫଳତା ପାଇଁ ଭୁବନେଶ୍ୱର ବାସିନ୍ଦାଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି  । ଚଳିତ ବର୍ଷ ଜୁନ ୨୫ରେ ସ୍ମାର୍ଟ ସିଟି ଭୁବନେଶ୍ୱର ୨ ଟି ପୁରସ୍କାର ଜିତିଥିଲା  ।

ସୂଚନାଯୋଗ୍ୟ, ଭାରତ ସରକାରଙ୍କ ପକ୍ଷରୁ ଗତ ମାସ ପ୍ରକାଶିତ ଇଣ୍ଡିଆ ସ୍ମାର୍ଟ ସିଟି ଆୱାର୍ଡ ୨୦୨୦ର ପ୍ରତିଯୋଗିତାର  ଫଳାଫଳ ପ୍ରକାଶ ପାଇଥିଲା। ଏଥିରେ   ୨ଟି ପୁରସ୍କାର ହାତେଇଥିଲା ଭୁବନେଶ୍ୱର । ସୋଶାଲ ସ୍ମାର୍ଟ ଭୁବନେଶ୍ୱର ଓ ମୋ ଭୁବନେଶ୍ୱର ପୋର୍ଟାଲ ପାଇଁ ଭାରତ ସରକାରଙ୍କ ପକ୍ଷରୁ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରକୁ ଏହି ପୁରସ୍କାର ମିଳିଥିଲା।

The post ପୁଣି ଏକ ପୁରସ୍କାର ହାତେଇଲା ଭୁବନେଶ୍ୱର, ପାଇବ କୋଟିଏ ଟଙ୍କା appeared first on Odisha Reporter.



from Odisha Reporter https://ift.tt/2WrNIax

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages