ରଥାରୁଢ଼ ହେଲେ ତିନି ଠାକୁର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 11, 2021

ରଥାରୁଢ଼ ହେଲେ ତିନି ଠାକୁର

ପୁରୀ(ଓଡ଼ିଶା ରିପୋର୍ଟର): ଶେଷ ହେଲା ତିନି ଠାକୁରଙ୍କ ପହଣ୍ଡି ବିଜେ। ତିନି ରଥରେ ରଥାରୁଢ଼ ହେଲେ ତିନି ଠାକୁର । ଦେବଦଳନରେ ସୁଭଦ୍ରା, ତାଳଧ୍ୱଜରେ ବଳଭଦ୍ର ରଥାରୁଢ଼। ନନ୍ଦିଘୋଷ ରଥରେ ପ୍ରଭୁ ଶ୍ରୀଜଗନ୍ନାଥ ରଥାରୁଢ଼।

ଧାଡ଼ି ପହଣ୍ଡିରେ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ବଡ଼ଦାଣ୍ଡକୁ ଆସିଲେ ଚତୁର୍ଦ୍ଧାମୂର୍ତ୍ତୀ । ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂଢ଼ ହେବା ପରେ  ଶ୍ରୀବଳଭଦ୍ର ଓ ପରେ  ହେଲା ଦେବୀ ସୁଭଦ୍ରାଙ୍କ ପହଣ୍ଡି।  ପରେ ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ।

ସୂଚନାଯୋଗ୍ୟ,  କୋଭିଡ କଟକଣା ମଧ୍ୟରେ ଭକ୍ତଶୂନ୍ୟ ଘୋଷଯାତ୍ରା ପାଇଁ ବି ପୁଲିସ ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି । ଶୃଙ୍ଖଳିତ ଯାତ୍ରା ପାଇଁ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇ ପ୍ରାୟ ୬୫ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି । ସହରର ମୁଖ୍ୟ ପ୍ରବେଶ ପଥ, ବଡ଼ଦାଣ୍ଡର ଦୁଇ ପାର୍ଶ୍ୱରେ ଥିବା କୋଠାର ଛାତ ଉପରେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ମୁତୟନ କରାଯିବ।

ଗତକାଲି  ରାତି ୮ଟାରୁ ସହରରେ ଲାଗୁ ହୋଇଥିବା କର୍ଫ୍ୟୁ ମଙ୍ଗଳବାର ରାତି ୮ଟା ପର୍ଯ୍ୟନ୍ତ   ବଳବତ୍ତର ରହିବ। ଏପରିକି ବଡ଼ଦାଣ୍ଡ କଡ଼ରେ ଥିବା ଘର ଛାତ ଉପରୁ ବି ଦର୍ଶନକୁ ବାରଣ କରାଯାଇଛି । ଅପରପକ୍ଷେ ପୁଲିସ ଡିଜି ଆଜି ପୁରୀ ଯାଇ କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଏସ୍ପି ଓ ବରିଷ୍ଠ ଅଧିକାରୀଙ୍କ ସହ ରଥଯାତ୍ରା ସୁରକ୍ଷା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।

କର୍ଫ୍ୟୁ ବଳବତ୍ତର ଥିବା ସମୟରେ ବଡ଼ଦାଣ୍ଡରେ ଯାନବାହନ ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହାବ୍ୟତୀତ ବଡ଼ଦାଣ୍ଡରେ ଥିବା କୌଣସି ଦୋକାନ ଖୋଲାଯିବ ନାହିଁ। କର୍ଫ୍ୟୁ ସମୟରେ ସହରର ଅନ୍ୟ ସ୍ଥାନ ଗୁଡ଼ିକରେ କେବଳ ଔଷଧ ଦୋକାନ, ମେଡ଼ିକାଲ୍ ଉପକରଣ ଦୋକାନ ଏବଂ ଚଷମା ଦୋକାନ ଗୁଡ଼ିକୁ ଖୋଲିବାକୁ ଅନୁମତି ମିଳିଛି। ପୁରୀ ଜିଲ୍ଲା ବାହାରୁ ଆସୁଥିବା ଲୋକଙ୍କ ଚଳପ୍ରଚଳକୁ ରୋକିବା ପାଇଁ ସମସ୍ତ ପ୍ରବେଶ ପଥକୁ ସିଲ୍ କରାଯିବା ସହ ୮ଟି ଚେକିଂ ପଏଣ୍ଟ କରାଯାଇଛି।

ଗତଥର ଭଳି ଏଥର ବି ସେବାୟତ ଟାଣିବେ ତିନି ରଥ । ଏଥିପାଇଁ ପ୍ରତି ରଥ ପିଛା ୫ ଶହ ଲେଖାଏଁ ସେବାୟତ ରହିବେ । ଖୋଦ୍ ପୁରୀ ଜିଲ୍ଲାପାଳ ନନ୍ଦିଘୋଷ ରଥ ଦାୟିତ୍ୱରେ ରହୁଥିବା ବେଳେ ଏସ୍ପି ତାଳଧ୍ୱଜ ଓ ଅତିରିକ୍ତ ଜିଲ୍ଲାପାଳ ସୁଭଦ୍ରାଙ୍କ ରଥ ଦାୟିତ୍ୱରେ ରହିବେ ।

The post ରଥାରୁଢ଼ ହେଲେ ତିନି ଠାକୁର appeared first on Odisha Reporter.



from Odisha Reporter https://ift.tt/3APFNDH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages