ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗର ଓ ତାହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇ ବାଂଲାଦେଶ ଉପକୂଳ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ସକ୍ରିୟ ରହିଛି । ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୁର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସମ୍ଭାବ୍ୟ ସ୍ଥିତିକୁ ଦେଖି ଆଜିଠାରୁ ଅଗଷ୍ଟ ୧ ତାରିଖ ଯାଏଁ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି ୟେଲୋ ୱାର୍ଣ୍ଣିଂ । ଆଜିଠୁ ଆସନ୍ତା କାଲି ପର୍ଯ୍ୟନ୍ତ ୬ଟି ଜିଲ୍ଲାକୁ ଏବଂ କାଲିଠୁ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସହ ସତର୍କ ରହିବାକୁ କୁହାଯାଉଛି ।
ଆଜି ସକାଳ ସାଢେ ୮ଟାରୁ ଆସନ୍ତା କାଲି ସାଢେ ୮ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଡି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।
ସେହିପରି ଆସନ୍ତା କାଲି ସାଢେ ୮ଟାରୁ ୧ ତାରିଖ ସକାଳ ୮ଟା୩୦ ଯାଏ ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର ବିଶ୍ୱାସ ।
ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଲଗାଣ ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ ଗମନାଗମନରେ ସମସ୍ୟା ସୃଷ୍ଟି ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ ।
The post ରାଜ୍ୟରେ ସକ୍ରିୟ ଲଘୁଚାପ, ପ୍ରବଳ ବର୍ଷୁଛି appeared first on Odisha Reporter.
from Odisha Reporter https://ift.tt/2Vk5gou
No comments:
Post a Comment