ରାଜ୍ୟରେ ୧୫୫୮ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 29, 2021

ରାଜ୍ୟରେ ୧୫୫୮ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ୧୫୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୦୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୫୪ଟି ହେଉଛି ଲୋକାଲ୍ କେସ୍। ସେହିପରି କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଆଉ ୬୬ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୮୩୪କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୪୧, ଅନୁଗୋଳରୁ ୮୦, ବାଲେଶ୍ୱରରୁ ୯୭, ବରଗଡ଼ରୁ ୬, ଭଦ୍ରକରୁ ୪୨, ବଲାଙ୍ଗିରରୁ ୧୦, ବୌଦ୍ଧରୁ ୩, ଦେବଗଡ଼ରୁ ୯, ଢେଙ୍କାନାଳରୁ ୨୩, ଗଜପତିରୁ ୩, ଗଞ୍ଜାମରୁ ୭, ଜଗତସିଂହପୁରରୁ ୬୭, ଯାଜପୁରରୁ ୭୮, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୮, କନ୍ଧମାଳରୁ ୧୮, କେନ୍ଦ୍ରାପଡ଼ାରୁ ୩୫, କେନ୍ଦୁଝରରୁ ୧୪, କୋରାପୁଟରୁ ୨, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୪୧, ନବରଙ୍ଗପୁରରୁ ୧୩, ନୟାଗଡ଼ରୁ ୨୫, ନୂଆପଡ଼ାରୁ ୨, ପୁରୀରୁ ୮୨, ରାୟଗଡ଼ାରୁ ୮, ସମ୍ବଲପୁରରୁ ୧୪, ସୋନପୁରରୁ ୮ ଓ ସୁନ୍ଦରଗଡ଼ରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୦୩ ଜଣ ଚିହ୍ନଟ ହୋଇଛନ୍ତି।

୧୫୫୮ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୫ ହଜାର ୬୯୦ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫୩ ହଜାର ୮୮ଜଣ ସୁସ୍ଥ ହୋଇଛନ୍ତି ଓ ୧୬ ହଜାର ୭୧୫ ଜଣ ଚିକିତ୍ସାଧୀନ ଅଛନ୍ତି।

ଯେଉଁ ୬୬ ଜଣଙ୍କ ସଂପର୍କରେ ତଥ୍ୟ ଦିଆଯାଇଛି, ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୧୧ ଜଣ ଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ଜଗତସିଂହପୁର ଓ ପୁରୀରୁ ୪ ଜଣ ଲେଖାଏଁ, ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, ଦେବଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୩୮ରେ ପହଞ୍ଚିଥିବା ବେଳେ ବାଲେଶ୍ୱରରେ ୧୮୩, ଭଦ୍ରକରେ ୭୩, ବୌଦ୍ଧରେ ୧୦୪, କଟକରେ ୩୩୫, ଦେବଗଡ଼ରେ ୩୮, ଗଜପତିରେ ୮୨, ଗଞ୍ଜାମରେ ୪୩୫, ଜଗତସିଂହପୁରରେ ୯୬, ଯାଜପୁରରେ ୭୧, ଝାରସୁଗୁଡ଼ାରେ ୧୫୩, କଳାହାଣ୍ଡିରେ ୧୯୬, କନ୍ଧମାଳରେ ୭୩, କେନ୍ଦ୍ରାପଡ଼ାରେ ୧୩୦, କୋରାପୁଟରେ ୭୨, ମୟୂରଭଞ୍ଜରେ ୨୦୫, ପୁରୀରେ ୩୫୦ ଓ ସୁନ୍ଦରଗଡ଼ରେ ୫୨୦କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ୧୫୫୮ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/3zVfs61

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages