୬୩ ହଜାର ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 30, 2021

୬୩ ହଜାର ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡ୍‌କୁ ହ୍ରାସ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା’ ସହିତ ଉଚ୍ଚ ପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡ଼ିକ ପୂରଣ ହୋଇପାରିବ।

ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ। ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଚତୁର୍ଥ ସ୍ତରକୁ ପଦୋନ୍ନତି ପାଇବେ। ସେହିପରି ଚତୁର୍ଥ ସ୍ତରରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ତୃତୀୟ ସ୍ତରକୁ ପଦୋନ୍ନତି ପାଇବେ।

୫(ବି) ସ୍ତରରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେନ୍ସି ପିରିଅଡ୍‌କୁ ଏକ ବର୍ଷରୁ ୬ ମାସକୁ ହ୍ରାସ କରାଯାଇଥିବା ବେଳେ ଚତୁର୍ଥ ସ୍ତରରୁ ତୃତୀୟ ସ୍ତରକୁ ପଦୋନ୍ନତି ପାଇଁ ରେସିଡେନ୍ସି ପିରିଅଡ୍‌ ସୀମାକୁ ୨ ବର୍ଷରୁ ୧ ବର୍ଷ କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ସଫଳତା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।

ସୂଚନାଯୋଗ୍ୟ, ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଚତୁର୍ଥ ସ୍ତରରେ ୨୧,୪୬୩ଟି ପଦବୀ ସ୍ଥାନରେ ୫୧,୧୬୪ଟି ପଦବୀ ସୃଷ୍ଟି କରାଯାଇଥିଲା। ସେହିପରି ତୃତୀୟ ସ୍ତରରେ ୯୩୦୫ଟି ପଦବୀ ସ୍ଥାନରେ ୧୮,୭୬୯ଟି ପଦବୀ ସୃଷ୍ଟି କରାଯାଇଥିଲା।

The post ୬୩ ହଜାର ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି appeared first on Odisha Reporter.



from Odisha Reporter https://ift.tt/3j20F2s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages