ରାତି ଅଧରେ ଯୁବକଙ୍କୁ ହାଣିଦେଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 26, 2021

ରାତି ଅଧରେ ଯୁବକଙ୍କୁ ହାଣିଦେଲେ

ସମ୍ବଲପୁର(ସଞ୍ଜୟ ଜେନା): ସମ୍ୱଲପୁର ସହରର ଧନୁପାଲି ଥାନା ଅନ୍ତର୍ଗତ ଗୋବିନ୍ଦତଲା ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକଙ୍କ ନାଁ ଦୀପକ ଯାଦବ।

ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ ମାରଣାସ୍ତ୍ର ସାହାଯ୍ୟରେ ଦୀପକଙ୍କୁ ଅତି ନିର୍ମମ ଭାବେ ଖଣ୍ଡ ଖଣ୍ଡ କରି ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା।   ସେହିପରି  ଘଟଣାସ୍ଥଳରେ ବନିତ ନାମକ ଆଉ ଜଣେ  ଯୁବକ ମଧ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି  ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରିଛନ୍ତି।

ହତ୍ୟାକାଣ୍ଡର କାରଣ ଜଣା ପଡ଼ି ନ ଥିଲେ ବି ପୂର୍ବ ଶତ୍ରୁତାରୁ ଏପରି କାଣ୍ଡ ଘଟାଥାଇପାରେ ବୋଲି ଅନୁମାନ କରାଯାଉଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ବେଳେ ଅଭିଯୁକ୍ତଙ୍କ ସୁରାଗ ପାଇପାରିନି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି।

The post ରାତି ଅଧରେ ଯୁବକଙ୍କୁ ହାଣିଦେଲେ appeared first on Odisha Reporter.



from Odisha Reporter https://ift.tt/3iKczOo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages