ରାଜ୍ୟରେ ୨୫୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 7, 2021

ରାଜ୍ୟରେ ୨୫୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୫୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୮୪ଟି ହେଉଛି ଲୋକାଲ୍‌ କେସ୍‌। ସେହିଭଳି ଆଉ ୫୭ ଜଣଙ୍କ ମୃତ୍ୟୁ ନେଇ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି।

୨୫୪୨ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୪୨୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୪, ବାଲେଶ୍ୱରରୁ ୨୨୧, କେନ୍ଦ୍ରାପଡ଼ାରୁ ୧୬୭, ପୁରୀରୁ ୧୫୦, ଯାଜପୁରରୁ ୧୩୯, ଜଗତସିଂହପୁରରୁ ୧୨୮, ମୟୂରଭଞ୍ଜରୁ ୧୨୪ ଓ ଭଦ୍ରକ ଜିଲ୍ଲାରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୬୦ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୭, ବଲାଙ୍ଗିରରୁ ୨, ବୌଦ୍ଧରୁ ୭, ଦେବଗଡ଼ରୁ ୭, ଢେଙ୍କାନାଳରୁ ୩୪, ଗଜପତିରୁ ୧୫, ଗଞ୍ଜାମରୁ ୧୩, ଝାରସୁଗୁଡ଼ାରୁ ୨୪, କଳାହାଣ୍ଡିରୁ ୧୦, କନ୍ଧମାଳରୁ ୧୯, କେନ୍ଦୁଝରରୁ ୬୯, କୋରାପୁଟରୁ ୪୦, ମାଲକାନଗିରିରୁ ୪୨, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୭୮, ରାୟଗଡ଼ାରୁ ୩୭, ସମ୍ବଲପୁରରୁ ୨୮, ସୋନପୁରରୁ ୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୭୭ ଜଣ ଚିହ୍ନଟ ହୋଇଛନ୍ତି।

ଯେଉଁ ୫୭ ଜଣଙ୍କ ମୃତ୍ୟୁ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଅଛନ୍ତି। ସେହିପରି ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ ଥିବା ବେଳେ ଢେଙ୍କାନାଳ, କଳାହାଣ୍ଡି ଓ କୋରାପୁଟରୁ ୪ ଜଣ ଲେଖାଏଁ, ଅନୁଗୋଳ ଓ ମୟୂରଭଂଜରୁ ୩ ଜଣ ଲେଖାଏଁ ଏବଂ ବାଲେଶ୍ୱର, କଟକ, ଦେବଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୦କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୧୮୬, ବାଲେଶ୍ୱରରେ ୧୩୪, ବରଗଡ଼ରେ ୧୭୨, କଟକରେ ୩୦୩, ଦେବଗଡ଼ରେ ୩୫, ଢେଙ୍କାନାଳରେ ୮୯, ଗଞ୍ଜାମରେ ୩୬୪, କଳାହାଣ୍ଡିରେ ୧୮୬, କୋରାପୁଟରେ ୬୭, ମୟୂରଭଞ୍ଜରେ ୧୪୩, ନୟାଗଡ଼ରେ ୧୨୦, ପୁରୀରେ ୨୬୦, ରାୟଗଡ଼ାରେ ୧୪୯ ଓ ସୁନ୍ଦରଗଡ଼ରେ ୩୮୪କୁ ବୃଦ୍ଧି ପାଇଛି।

୨୫୪୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୨ ହଜାର ୩୩୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୨୮୨ ଜଣ ସୁସ୍ଥ ହୋଇସାରିଲେଣି। ୨୭ ହଜାର ୫୮୦ ଜଣ ଚିକିତ୍ସାଧୀନ ଅଛନ୍ତି।

The post ରାଜ୍ୟରେ ୨୫୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/2SSBDtw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages