ଆସନ୍ତା ୫ ଦିନ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 7, 2021

ଆସନ୍ତା ୫ ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସଙ୍କ କହିବାନୁଯାୟୀ,  ଆଜି ପାଇଁ ୨୦ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ତେବେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାବାଦ ରାଜଧାନୀ ଭୁବନେଶ୍ୱରରରେ ପାଗ କୋହଲା ରହିବା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଥିବା  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି।

The post ଆସନ୍ତା ୫ ଦିନ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3AGUKYw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages