ଭୁବନେଶ୍ୱର ଯାଉଥିବା ବେଳେ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା, ୨ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 25, 2021

ଭୁବନେଶ୍ୱର ଯାଉଥିବା ବେଳେ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା, ୨ ମୃତ

ରେଢ଼ାଖୋଲ (ରମାକାନ୍ତ ମହାନନ୍ଦ): ଟ୍ରକ୍ ସହ କାରର ମୁହାଁମୁହିଁ ଧକ୍କା। ଚାଲି ଗଲା ଦୁଇ ଜୀବନ। ଆଉ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ଅନ୍ତର୍ଗତ କୟାକୁଦ ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା।

ରବିବାର ବିଳମ୍ବିତ ରାତିରେ ଏକ କାରରେ ୪ ଜଣ ବ୍ୟକ୍ତି ଭୁବନେଶ୍ୱର ଅଭିମୁଖେ ଯାଉଥିଲେ। କୟାକୁଦ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହିତ କାରଟିର ମୁହାଁମୁହିଁ ଧକ୍କା ହୋଇଥିଲା। କାରଟି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ଦୁର୍ଘଟଣା ସ୍ଥଳରେ କାର୍ ଓ ଟ୍ରକ୍‌

କାର ଚାଳକ ଓ ସାମ୍ନାରେ ବସିଥିବା ଅନ୍ୟ ଜଣେ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ପଛରେ ବସିଥିବା ଦୁଇ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ପଠାଯାଇଛି। ମୃତାହତ ମାନେ ରାଉରକେଲାର ଛେଣ୍ଡ୍ ଅଞ୍ଚଳର ବାସିନ୍ଦା ବୋଲି ଜଣାପଡ଼ିଛି।

ଦୁର୍ଘଟଣା ପରେ ଟ୍ରକ୍ ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଥିଲେ। ଯୁଯୁମରା ପୁଲିସ୍ ଘଟଣାର ତଦନ୍ତ କରୁଛି।

The post ଭୁବନେଶ୍ୱର ଯାଉଥିବା ବେଳେ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା, ୨ ମୃତ appeared first on Odisha Reporter.



from Odisha Reporter https://ift.tt/3zyzkLZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages