ଆଜି ବାହୁଡ଼ିବେ ମହାପ୍ରଭୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 19, 2021

ଆଜି ବାହୁଡ଼ିବେ ମହାପ୍ରଭୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଜନ୍ମ ବେଦୀ ଛାଡ଼ି ରତ୍ନବେଦୀ ଅଭିମୁଖେ ଆଜି ବାହୁଡ଼ିବେ ମହାପ୍ରଭୁ । ଏଥିପାଇଁ ରଥ, ପଥ ସବୁ ପ୍ରସ୍ତୁତ।  ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଆଗରେ ଅପେକ୍ଷାରତ ତିନି ରଥ । ଆଜି ମଧ୍ୟାହ୍ନ ୧୨ଟା ସୁଦ୍ଧା ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଛେରା ପହଁରା ନୀତି ସମ୍ପନ୍ନ ହେବ । ଅପରାହ୍ଣ ୪ଟା ସୁଦ୍ଧା ରଥଟଣା ଆରମ୍ଭ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି ।

ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ମହାପ୍ରଭୁ ରତ୍ନବେଦୀକୁ ଫେରିବେ । ଏଥିଲାଗି ଗତ ସଂଧ୍ୟାରୁ ରୀତିନୀତି ଆରମ୍ଭ ହୋଇଛି । ବାହୁଡ଼ା ପହଣ୍ଡି ଲାଗି ଶ୍ରୀମୁଖ ଖଣ୍ଡୁଆ ସହ ବାହୁଟ କଣ୍ଟ, ଚାର ବନ୍ଧା, କୁସୁମି ଲାଗି ନୀତି କରାଯାଇଥିଲା । ଏହାସହ ତିନି ରଥରେ ଚାରମାଳ ବନ୍ଧା ହୋଇଛି ।

ବାହୁଡ଼ା ପାଇଁ ଖାଁ ଖାଁ ବଡ଼ ଦାଣ୍ଡ।

ଗୁଣ୍ଡିଚା ଯାତ୍ରା ଦିନ ରଥ କର୍ଡନ ଭିତରକୁ କେତେକ ଅଣ-ସେବାୟତଙ୍କ ପ୍ରବେଶ ବିବାଦ ପରେ ଭକ୍ତଶୂନ୍ୟ ବାହୁଡ଼ାଯାତ୍ରା ପାଇଁ ଉଭୟ ପୋଲିସ ଓ ପ୍ରଶାସନ କଳ-ବଳ-କୌଶଳ ଲଗାଇ ଦେଇଛି  । ବାହୁଡ଼ା ପାଇଁ ଅଧିକ କଡ଼ା ହୋଇଛି ପୁରୀ ପୋଲିସ୍ । ଏମିତିକି ବିନା ଭକ୍ତରେ ବାହୁଡାଯାତ୍ରା ଓ ସୁନାବେଶକୁ ସମ୍ପନ୍ନ ପାଇଁ କଡାକଡି ବ୍ୟବସ୍ଥା ହେଉଛି ।  ଏଥିପାଇଁ ଗତକାଲି ଅପରାହ୍ନରୁ ପୁରୀ ସହର ଚାରିପାଖେ ନାକା ଲଗାଇ ଗାଡ଼ି ମୋଟର ଯାଞ୍ଚ କରିଛି ପୋଲିସ୍ ।

ବାହୁଡ଼ା ପାଇଁ ସଜେଇ ହୋଇଛି ଶ୍ରୀମନ୍ଦିର।

ଗତକାଲି ରାତି ୮ଟାରୁ ୨୧ ତାରିଖ ରାତି ୮ଟା ପର୍ଯ୍ୟନ୍ତ ସହରରେ କର୍ଫ୍ୟୁ ସମୟରେ ନିୟମ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି ।  ପୂର୍ବ ନିଷ୍ପତ୍ତି ମୁତାବକ ବଡ଼ଦାଣ୍ଡରେ ଘର କରିଥିବା ଲୋକେ ସେମାନଙ୍କ ଘର ଛାତ କିମ୍ବା ବାଲକୋନି ଉପରେ ନ ବସି ଘରେ ରହି ଟିଭିରେ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରାର ସିଧା ପ୍ରସାରଣ ଦେଖିବାକୁ ନିବେଦନ କରାଯାଇଛି  ।

ତାସହ ବାହୁଡ଼ାରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ନିୟୋଜିତ ହେବାକୁ ଥିବା ସମସ୍ତ ସେବାୟତ ଓ କର୍ମଚାରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ ଆରଟିପିସିଆର ଟେଷ୍ଟର ମଧ୍ୟ ସମୀକ୍ଷା ହୋଇଛି ।

The post ଆଜି ବାହୁଡ଼ିବେ ମହାପ୍ରଭୁ appeared first on Odisha Reporter.



from Odisha Reporter https://ift.tt/3BiQyyx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages