ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବୁଧବାର ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏହା ପ୍ରଭାବରେ ଆଜି ଓ ଆସନ୍ତା କାଲି ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାପରେ ବର୍ଷାର ପରିମାଣ ହ୍ରାସ ପାଇବ । ତେବେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ଆସନ୍ତା ୨୫ ଯାଏଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ଭିତରକୁ ନ ଯିବାକୁ ବାରଣ କରିଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ।
ପ୍ରେସ ବିଜ୍ଞପ୍ତି: pic.twitter.com/9f4UqSSaDX
— Meteorological Centre, Bhubaneswar (@mcbbsr) July 22, 2021
The post ଆସନ୍ତା କାଲି ଯାଏ ପ୍ରବଳ ବର୍ଷିବ appeared first on Odisha Reporter.
from Odisha Reporter https://ift.tt/3y1Go3g
No comments:
Post a Comment