ଭାଙ୍ଗିଲା ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ବନ୍ଧ, ଶହ ଶହ ଏକର ଧାନ ଜମି ଜଳାର୍ଣ୍ଣବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 30, 2021

ଭାଙ୍ଗିଲା ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ବନ୍ଧ, ଶହ ଶହ ଏକର ଧାନ ଜମି ଜଳାର୍ଣ୍ଣବ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍‌ ଅନ୍ତର୍ଗତ ମାଝିଗୁଡ଼ା ନିକଟରେ ଭାଙ୍ଗି ଯାଇଛି ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ବନ୍ଧ। ଏଠାରେ ପ୍ରାୟ ୧୦ ଫୁଟର ଘାଇ ସୃଷ୍ଟି ହୋଇଥିବା ବେଳେ ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଯାଇଛି।

ଚଳିତ ବର୍ଷ ଠାରୁ ଇନ୍ଦ୍ରାବତୀରୁ ପ୍ରଥମ ଥର ପାଇଁ ଉଠା ଜଳସେଚନରେ କୋକସରା ଓ ଧର୍ମଗଡ଼ ବ୍ଲକର ଅଣଜଳସେଚିତ ଚାଷ ଜମିକୁ ପାଣି ଯୋଗାଇବା ପାଇଁ ପାଣି ଛଡ଼ା ଯାଇଥିଲା। ହେଲେ ପ୍ରଥମ ଜଳ ନିଷ୍କାସନରେ ହିଁ ଭାଙ୍ଗିଗଲା କେନାଲ ବନ୍ଧ।

ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ବନ୍ଧ ଭାଙ୍ଗି ଚାଷ ଜମିରେ ମାଡ଼ି ଯାଇଛି ପାଣି

ଗତକାଲି ବିଳମ୍ବିତ ରାତିରେ ମାତ୍ରାଧିକ ଜଳ ଛଡ଼ା ଯିବା ଯୋଗୁ ତଥା ନିମ୍ନମାନର କାମ ଯୋଗୁ କେନାଲ ବନ୍ଧ ଭାଙ୍ଗି ଯାଇଥିବା କୁହାଯାଉଛି। ଅନ୍ୟପକ୍ଷରେ ଅନେକ ଚାଷ ଜମିରେ ଧାନ ବୁଣା ଓ ରୁଆ ସରିଥିବାରୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା ଆଶଙ୍କା କରାଯାଉଛି।

ଖବର ଲେଖାଯିବା ସୁଦ୍ଧା ଘଟଣାସ୍ଥଳରେ କୌଣସି ଅଧିକାରୀ ପହଞ୍ଚି ନଥିଲେ।

The post ଭାଙ୍ଗିଲା ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ବନ୍ଧ, ଶହ ଶହ ଏକର ଧାନ ଜମି ଜଳାର୍ଣ୍ଣବ appeared first on Odisha Reporter.



from Odisha Reporter https://ift.tt/3zRkDUs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages