୧୫ଶହ ତଳକୁ ଖସିଲା ରାଜ୍ୟର ଦୈନିକ କରୋନା ସଂକ୍ରମିତ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 31, 2021

୧୫ଶହ ତଳକୁ ଖସିଲା ରାଜ୍ୟର ଦୈନିକ କରୋନା ସଂକ୍ରମିତ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫ ଶହ ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୦୫ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୪ ଜଣଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୯୬୬କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯ ଜଣ ଥିବା ବେଳେ କଟକରୁ ୧୯୦, ପୁରୀରୁ ୧୪୬, ଅନୁଗୋଳରୁ ୪୭, ବାଲେଶ୍ୱରରୁ ୬୪, ବରଗଡ଼ରୁ ୮, ଭଦ୍ରକରୁ ୪୭, ବଲାଙ୍ଗିରରୁ ୪, ବୌଦ୍ଧରୁ ୨, ଦେବଗଡ଼ରୁ ୮, ଢେଙ୍କାନାଳରୁ ୨୧, ଗଜପତିରୁ ୩, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୮୬, ଯାଜପୁରରୁ ୬୬, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୬, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୪୧, କେନ୍ଦୁଝରରୁ ୧୯, କୋରାପୁଟରୁ ୫, ମାଲକାନଗିରିରୁ ୭, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୬, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୬, ସୋନପୁରରୁ ୧୩ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୯ ଜଣ ଅଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୮୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

୧୪୩୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫୬ ହଜାର ୮୨୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୫ ହଜାର ୮୫୮ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ଯେଉଁ ୬୪ ଜଣ ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରୁ ଭଦ୍ରକ, କଟକ ଓ ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ ଥିବା ବେଳେ ସୁନ୍ଦରଗଡ଼ ଓ ପୁରୀରୁ ୭ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୪, ଢେଙ୍କାନାଳ ଓ ନୟାଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଏବଂ ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଅଛନ୍ତି।

The post ୧୫ଶହ ତଳକୁ ଖସିଲା ରାଜ୍ୟର ଦୈନିକ କରୋନା ସଂକ୍ରମିତ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3zYe8PC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages