ପର୍ଯ୍ୟଟକଙ୍କୁ ପୁରୀ ଛାଡ଼ିବାକୁ ନିର୍ଦ୍ଦେଶ, ଆଜି ଲାଗୁ ହେବନି ସଟଡାଉନ୍‌ କଟକଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 9, 2021

ପର୍ଯ୍ୟଟକଙ୍କୁ ପୁରୀ ଛାଡ଼ିବାକୁ ନିର୍ଦ୍ଦେଶ, ଆଜି ଲାଗୁ ହେବନି ସଟଡାଉନ୍‌ କଟକଣା

ପୁରୀ(ଓଡ଼ିଶା ରିପୋର୍ଟର): ମଝିରେ ଆଉ ମାତ୍ର ଗୋଟିଏ ଦିନ । ଏହାପରେ ଆସନ୍ତା ସୋମବାର ପୁରୀରେ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ବଡ଼ଦାଣ୍ଡକୁ ଓହ୍ଲାଇବେ ଶ୍ରୀବିଗ୍ରହ । ଏଥିପାଇଁ ରଥ ଆଉ ପଥ ପ୍ରସ୍ତୁତ ।  ଏହାକୁ ନଜରରେ ରଖି ପୁରୀରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥିପାଇଁ ରବିବାର ରାତିରୁ ମଙ୍ଗଳବାର ରାତି ଯାଏ ସହରରେ ଲାଗୁ ହେବ କର୍ଫ୍ୟୁ।

କର୍ଫ୍ୟୁକୁ ଆଖି ଆଗରେ ରଖି  ଆଜି ପୁରୀରେ ଲାଗୁ ହେବନି ସପ୍ତାହାନ୍ତ ସଟଡାଉନ୍‌ କଟକଣା । ଶନିବାର ଥିଲେ ମଧ୍ୟ ରଥଯାତ୍ରା ପାଇଁ ପୁରୀ ସହରରେ ଆଜି ସଟଡାଉନ କୋହଳ କରାଯିବା ନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଟ୍ୱିଟ୍ କରିଛନ୍ତି । ପୂର୍ବରୁ ସ୍ୱତନ୍ତ୍ର ରିଲିଫ୍ କମିଶନର ମଧ୍ୟ ଏନେଇ ବିଜ୍ଞପ୍ତି ଜାରି କରିଥିଲେ ।

ଆସନ୍ତା ସୋମବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ୧୧ ତାରିଖ ରବିବାର ରାତି ୮ଟାରୁ ୧୩ ତାରିଖ ମଙ୍ଗଳବାର ରାତି ୮ଟା ଯାଏଁ କର୍ଫ୍ୟୁ  ଲାଗିବ । ସହରବାସୀ ଆଗୁଆ ଅତ୍ୟାବଶ୍ୟକ ସାମଗ୍ରୀ ସାଇତି ରଖିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଯଦି କୌଣସି ପର୍ଯ୍ୟଟକ କିମ୍ବା ଅତିଥି ପୁରୀ ସହରର ହୋଟେଲ, ଲଜ୍, ଧର୍ମଶାଳା, ଗେଷ୍ଟ ହାଉସରେ ରହୁଥିଲେ ଆଜି ସୁଦ୍ଧା ଛାଡ଼ିବାକୁ ନିର୍ଦ୍ଦେଶ  ଦିଆଯାଇଛି। କର୍ଫ୍ୟୁ ବଳବତ୍ତର ଥିବା ସମୟରେ ବଡ଼ଦାଣ୍ଡରେ ଯାନବାହନ ଚଳାଚଳ ଉପରେ କଟକଣା ଲଗାଯାଇଛି । ଏହାବ୍ୟତୀତ ବଡ଼ଦାଣ୍ଡରେ  ଥିବା କୌଣସି ଦୋକାନ ଖୋଲାଯିବ ନାହିଁ ।

କର୍ଫ୍ୟୁ ସମୟରେ ସହରର ଅନ୍ୟ ସ୍ଥାନଗୁଡ଼ିକରେ କେବଳ ଔଷଧ ଦୋକାନ, ମେଡ଼ିକାଲ୍ ଉପକରଣ ଦୋକାନ ଏବଂ ଚଷମା ଦୋକାନ ଗୁଡ଼ିକୁ ଖୋଲିବା ନିମନ୍ତେ ଅନୁମତି ମିଳିଛି। ପୁରୀ ଜିଲ୍ଲା ବାହାରୁ ଆସୁଥିବା ଲୋକଙ୍କ ଚଳପ୍ରଚଳକୁ ରୋକିବା ପାଇଁ ସମସ୍ତ ପ୍ରବେଶ ପଥକୁ ସିଲ୍ କରାଯିବା ସହ ୮ଟି ଚେକିଂ ପଏଣ୍ଟର ବ୍ୟବସ୍ଥା କରାଯିବ ବୋଲି ଚିଠିରେ ଉଲ୍ଲେଖ କରିଛି ପୁରୀ ଜିଲ୍ଲା ପ୍ରଶାସନ ।

The post ପର୍ଯ୍ୟଟକଙ୍କୁ ପୁରୀ ଛାଡ଼ିବାକୁ ନିର୍ଦ୍ଦେଶ, ଆଜି ଲାଗୁ ହେବନି ସଟଡାଉନ୍‌ କଟକଣା appeared first on Odisha Reporter.



from Odisha Reporter https://ift.tt/3k4tyNt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages