ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ, ୩୧ ଯାଏ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 28, 2021

ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ, ୩୧ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗର ଓ ତାହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା  ଲଘୁଚାପ କ୍ଷେତ୍ର  ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇ ସାରିଛି। ଏହା ପ୍ରଭାବରେ ଉତ୍ତର-ଓଡ଼ିଶାର କେତକ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି |

ଲଘୁଚାପ କ୍ଷେତ୍ରଟି ୱେଲମାର୍କ ଲୋ ପ୍ରେସର ଏରିଆରେ ପରିଣତ ହେବା ପରେ  ବାଙ୍ଗଲାଦେଶ ଉପକୂଳ ଓ ପଶ୍ଚମବଙ୍ଗ ଅଞ୍ଚଳରେ ସକ୍ରିୟ ରହିଛି । ଏହି କ୍ଷେତ୍ର ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ମଧ୍ୟ ଦେଇ ଯିବାର ସମ୍ଭାବନର ରହିଛି।

ଏହା ପ୍ରଭାବରେ  ଆଗାମୀ ୨୪ଘଣ୍ଟାରେ ଓଡିଶା ଉପରେ ଲଘୁଚାପର ସର୍ବାଧିକ ପ୍ରଭାବ ଦେଖାଦେବାର ସମ୍ଭାବନା ରହିଛି। ଆସନ୍ତାକାଲି ଯାଏଁ ରାଜ୍ୟର କେତେକ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସଂଭାବନା ରହିଛି ।

ଆସନ୍ତା କାଲି ସକାଳ ୮ଟା ୩୦ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାବାଦ,  ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଟି ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୩୦ ତାରିଖ ସକାଳ ୮ଟା ୩୦ରୁ ୩୧ ତାରିଖ ସକାଳ ୮ଟା୩୦ ଯାଏ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୟାଲୋ ୱାର୍ଣ୍ଣି ଜାରି ହୋଇଛି। ଏହି ସବୁ ଜିଲ୍ଲାର ଗୋଟିଏ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାବାଦ ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ କେନ୍ଦୁଝର ଜିଲ୍ଲାରେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

The post ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ, ୩୧ ଯାଏ ପ୍ରବଳ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3f7Y9GP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages