ରାଜ୍ୟରେ ଆଉ ୨୨୮୨ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 10, 2021

ରାଜ୍ୟରେ ଆଉ ୨୨୮୨ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୬୭ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୫ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୯୨ ଜଣ ଥିବା ବେଳେ କଟକରୁ ୨୮୯, ବାଲେଶ୍ୱରରୁ ୧୪୬, ମୟୂରଭଞ୍ଜରୁ ୧୪୧, ପୁରୀରୁ ୧୨୭, ଯାଜପୁରରୁ ୧୧୧ ଓ ଷ୍ଟେଟ୍‌ ପୁଲ୍‌ରୁ ୧୧୭ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୬୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୭, ଭଦ୍ରକରୁ ୭୧, ବଲାଙ୍ଗିରରୁ ୯, ବୌଦ୍ଧରୁ ୧୦, ଦେବଗଡ଼ରୁ ୬, ଢେଙ୍କାନାଳରୁ ୫୫, ଗଜପତିରୁ ୮, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୭୩, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୧୨, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୬୨, କେନ୍ଦୁଝରରୁ ୫୧, କୋରାପୁଟରୁ ୪୦, ମାଲକାନଗିରିରୁ ୩୨, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୮୩, ନୂଆପଡ଼ାରୁ ୨, ରାୟଗଡ଼ାରୁ ୧୫,ସମ୍ବଲପୁରରୁ ୧୮, ସୋନପୁରରୁ ୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬୭ ଜଣ ଚିହ୍ନଟ ହୋଇଛନ୍ତି।

୨୨୮୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୯ ହଜାର ୭୫୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯ ହଜାର ୬୩୯ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୨୫ ହଜାର ୪୬୧ ଜଣ ଚିକିତ୍ସାଧୀନ ଅଛନ୍ତି।

The post ରାଜ୍ୟରେ ଆଉ ୨୨୮୨ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/3hUb7sl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages