୩୧ରେ ବାହାରିବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 28, 2021

୩୧ରେ ବାହାରିବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):   ଅର୍ଥାତ ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ । ୩୧ ତାରିଖ ସଂଧ୍ୟା ୬ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  ଉକ୍ତ ୨ ବିଭାଗରେ ମୋଟ ୧ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ। ସେଥିମଧ୍ୟରୁ ବିଜ୍ଞାନରେ ୯୫ ହଜାର ଓ ବାଣିଜ୍ୟରେ ୨୫ ହଜାର ଛାତ୍ରଛାତ୍ରୀ  ଅଛନ୍ତି।

ଜୁଲାଇ ୩୧ ସୁଦ୍ଧା +୨ ରେଜଲ୍ଟ ପ୍ରକାଶ ପାଇଁ ପୂର୍ବରୁ ସବୁ ରାଜ୍ୟ ସରକାରଙ୍କୁ କହିଥିଲେ ସୁପ୍ରିମକୋର୍ଟ । ଚଳିତ ବର୍ଷ କରୋନା କଟକଣା ପାଇଁ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହୋଇନଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଛି । ତେଣୁ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଏ ବର୍ଷ ରାଜ୍ୟର ସାଢେ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ।

ତେବେ କଳା ଓ  ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ କିଛି ଦିନ ପରେ ପ୍ରକାଶ କରାଯିବ । ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାକୁ ଅଧିକ ସମୟ ଲାଗୁଛି। ତେଣୁ କଳା ଓ  ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ କରିବା ପାଇଁ ଅଧିକ ସମୟ ଦେବାକୁ ସୁପ୍ରିମକୋର୍ଟରେ ସ୍ୱତନ୍ତ୍ର ପିଟିସନ ଦାୟର କରାଯାଇଛି । ହେଲେ ଏଥିନିମନ୍ତେ ଜୋରସୋର ପ୍ରକ୍ରିୟା ଚାଲୁ ରହିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି।

The post ୩୧ରେ ବାହାରିବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ appeared first on Odisha Reporter.



from Odisha Reporter https://ift.tt/3zNufQc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages