ଭୁବନେଶ୍ୱରରୁ ୫ ସାଇବର ଠକ ଗିରଫ, ଲୁଟି ଥିଲେ ୩୦ ଲକ୍ଷ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 9, 2021

ଭୁବନେଶ୍ୱରରୁ ୫ ସାଇବର ଠକ ଗିରଫ, ଲୁଟି ଥିଲେ ୩୦ ଲକ୍ଷ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ୫ ସାଇବର ଠକ ଗିରଫ ହୋଇଛନ୍ତି। ଭରତପୁର ଥାନା ପୁଲିସ୍ ସହାୟତାରେ ହାଇଦ୍ରାବାଦ ପୁଲିସ୍ ସେମାନଙ୍କୁ ଗିରଫ କରିଛି।

ଗିରଫ ଅଭିଯୁକ୍ତମାନେ ହେଉଛନ୍ତି- ଆଦିତ୍ୟ ନାରାୟଣ ମହାପାତ୍ର, ଲକ୍ଷ୍ମୀଧର ମୁର୍ମୁ, ପ୍ରମୋଦ ନାୟକ, ସୌମ୍ୟରଂଜନ ପଟ୍ଟନାୟକ ଓ ଦେବାଶିଷ ଓଝା। ସେମାନଙ୍କ ମଧ୍ୟରୁ ୩ ଜଣ ଘାଟିକିଆର ହୋଇଥିବା ବେଳେ ୨ ଜଣ ବରମୁଣ୍ଡାର ବୋଲି ସୂଚନା ମିଳିଛି।

ଏହି ଅଭିଯୁକ୍ତମାନେ ଦୁଇଟି ଏକାଉଣ୍ଟରୁ ୧୫ ଲକ୍ଷ ଲେଖାଏଁ ଅର୍ଥାତ୍ ମୋଟ ୩୦ ଲକ୍ଷ ଟଙ୍କା ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି। ସେମାନଙ୍କ ବିରୋଧରେ ଆଇପିସିର ଧାରା ୪୧୯ ଓ ୪୨୯ ଏବଂ ଆଇଟି ଆକ୍ଟ ୬୬-ସିରେ ମାମଲା ରୁଜୁ ହୋଇଛି। ସେମାନଙ୍କ ଠାରୁ ୫ଟି ମୋବାଇ ଜବତ କରାଯାଇଛି।

ଅଭିଯୁକ୍ତମାନଙ୍କୁ ହାଇଦ୍ରାବାଦ ପୁଲିସ୍ ଆଜି ଏଠାରେ କୋର୍ଟରେ ହାଜର କରାଇବା ପରେ ଟ୍ରାଞ୍ଜିଟ୍ ରିମାଣ୍ଡରେ ନେବ ବୋଲି ଜଣାପଡ଼ିଛି।

The post ଭୁବନେଶ୍ୱରରୁ ୫ ସାଇବର ଠକ ଗିରଫ, ଲୁଟି ଥିଲେ ୩୦ ଲକ୍ଷ appeared first on Odisha Reporter.



from Odisha Reporter https://ift.tt/36mxKjB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages