ଦେଶରେ କମୁଛି ସଂକ୍ରମଣ, ୪୦ ହଜାର ତଳେ ପଜିଟିଭ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 15, 2021

ଦେଶରେ କମୁଛି ସଂକ୍ରମଣ, ୪୦ ହଜାର ତଳେ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ସଂକ୍ରମଣ ବେଗରେ ସାମାନ୍ୟ ବ୍ରେକ୍ ଲାଗିଛି। କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ମଧ୍ୟ କମିଥିବା ଦେଖିବାକୁ ମିଳିଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ ଦିନକରେ ୩୮୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୦ ଲକ୍ଷ ୨୬ ହଜାର ୮୨୯ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ୫୪୨ ଜଣଙ୍କ ମୃତ୍ୟୁ ଘଟିଛି । ସମୁଦାୟ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୨ ହଜାର ୫୩୧ରେ ପହଞ୍ଚିଛି। ଆରୋଗ୍ୟ ସଂଖ୍ୟା ୩ କୋଟି ୧ ଲକ୍ଷ ୮୩ ହଜାର ୮୭୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୪୩୦୪୨୨ ରହିଛି ।

ଅନ୍ୟପକ୍ଷରେ ଗତ କାଲି ଦେଶରେ ମୋଟ ୩୮ ଲକ୍ଷ ୭୮ ହଜାର ଲୋକଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଦେଶରେ ଏବେ ୩୯,୫୩,୪୩,୭୬୭ ଜଣଙ୍କୁ ଟିକା ଦିଆଯାଇଛି।

The post ଦେଶରେ କମୁଛି ସଂକ୍ରମଣ, ୪୦ ହଜାର ତଳେ ପଜିଟିଭ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3wEAFil

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages