ରାଜ୍ୟରେ ଖସୁଛି କରୋନା ସଂକ୍ରମଣ, ଖୋର୍ଦ୍ଧାରେ ମୃତ୍ୟୁ ସଂଖ୍ୟା ୭୦୦ ଛୁଇଁଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 5, 2021

ରାଜ୍ୟରେ ଖସୁଛି କରୋନା ସଂକ୍ରମଣ, ଖୋର୍ଦ୍ଧାରେ ମୃତ୍ୟୁ ସଂଖ୍ୟା ୭୦୦ ଛୁଇଁଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା କମୁଛି। ଲଗାତାର ୪ ଦିନ ହେଲାଣି ଏହି ସଂଖ୍ୟା ୩ ହଜାର ତଳେ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୪୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ଗତ ୪ ଦିନରେ ସବୁଠୁ କମ୍‌। ସେହିପରି ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫୧ ଜଣ ଲୋକଙ୍କ ସଂପର୍କରେ ତଥ୍ୟ ଦିଆଯାଇଛି। ଏଥିରୁ ୯ ଜଣ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ବେଳେ ଏଠାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୦ ଛୁଇଁଛି।

ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୫୯ଟି ହେଉଛି ଲୋକାଲ୍ କେସ୍‌। ସେମାନଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୪୨୨ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୪୦୭, ଯାଜପୁରରୁ ୨୦୨, ବାଲେଶ୍ୱରରୁ ୧୫୭, ପୁରୀରୁ ୧୫୪, ଜଗତସିଂହପୁରରୁ ୧୨୬, ଭଦ୍ରକରୁ ୧୧୩ ଓ ମୟୂରଭଞ୍ଜ ଜିଲ୍ଲାରୁ ୧୦୩ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୭୯ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୨, ବଲାଙ୍ଗିରରୁ ୧୬, ବୌଦ୍ଧରୁ ୧୨, ଦେବଗଡ଼ରୁ ୯, ଢେଙ୍କାନାଳରୁ ୫୯, ଗଜପତିରୁ ୧୧, ଗଞ୍ଜାମରୁ ୧୪, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୭, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୮୭, କେନ୍ଦୁଝରରୁ ୬୮, କୋରାପୁଟରୁ ୫୨, ମାଲକାନଗିରିରୁ ୫୪, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୮୦, ନୂଆପଡ଼ାରୁ ୫, ରାୟଗଡ଼ାରୁ ୨୬, ସମ୍ବଲପୁରରୁ ୨୬, ସୋନପୁରରୁ ୧୪, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟ୍‌ ପୁଲ୍‌ରୁ ୭୬ ଜଣ ଚିହ୍ନଟ ହୋଇଛନ୍ତି।

‍‍ଅନ୍ୟପକ୍ଷରେ ଯେଉଁ ୫୧ ଜଣ ମୃତକଙ୍କ ସଂପର୍କରେ ତଥ୍ୟ ଦିଆଯାଇଛି, ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ ଅଛନ୍ତି। ଆଉ ସେହି ୯ ଜଣଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଅଛନ୍ତି। ସେହିପରି ବରଗଡ଼, ଢେଙ୍କାନାଳରୁ ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ଥିବା ବେଳେ କଟକ, ଯାଜପୁର, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଭଦ୍ରକ, ଦେବଗଡ଼, ଗଞ୍ଜାମ ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ ଏବଂ କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।

ଆଉ ୯ଟି ମୃତ୍ୟୁ ମାମଲା ସାମ୍ନାକୁ ଆସିବା ପରେ ଖୋର୍ଦ୍ଧା ଜିଲ୍ଲା କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୦ରେ ପହଞ୍ଚି ଯାଇଛି। ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୬୨କୁ ବୃଦ୍ଧି ପାଇଥିବା ବେଳେ ଭଦ୍ରକରେ ୫୩, କଟକରେ ୩୦୦, ଦେବଗଡ଼ରେ ୩୪, ଢେଙ୍କାନାଳରେ ୮୦, ଗଞ୍ଜାମରେ ୩୫୫, ଜଗତସିଂହପୁରରେ ୭୯, ଯାଜପୁରରେ ୪୭, କନ୍ଧମାଳରେ ୫୨, କେନ୍ଦ୍ରାପଡ଼ାରେ ୯୦, କେନ୍ଦୁଝରରେ ୭୬, ମୟୂରଭଞ୍ଜରେ ୧୩୮, ନବରଙ୍ଗପୁରରେ ୪୬, ନୟାଗଡ଼ରେ ୧୧୧, ପୁରୀରେ ୨୫୦ ଓ ସୁନ୍ଦରଗଡ଼ରେ ୩୭୫କୁ ବୃଦ୍ଧି ପାଇଛି।

୨୪୮୭ଟି ନୂଆ କେସ୍ ସାମ୍ନାକୁ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୭ ହଜାର ୧୮୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୯୪ ହଜାର ୧୦୪ ଜଣ ସୁସ୍ଥ ହୋଇସାରିଲେଣି। ୨୮ ହଜାର ୭୩୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ମୃତ୍ୟୁ ସଂଖ୍ୟା ୪୨୯୯ରେ ପହଞ୍ଚି ଯାଇଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ଅର୍ଥାତ୍ ଜୁଲାଇ ୫ରେ ରାଜ୍ୟରେ ୨୪୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜୁଲାଇ ୪ରେ ୨୮୦୩, ଜୁଲାଇ ୩ରେ ୨୮୭୦ ଓ ଜୁଲାଇ ୨ରେ ୨୯୧୭ ଜଣ ଚିହ୍ନଟ ହୋଇଥିଲେ।

The post ରାଜ୍ୟରେ ଖସୁଛି କରୋନା ସଂକ୍ରମଣ, ଖୋର୍ଦ୍ଧାରେ ମୃତ୍ୟୁ ସଂଖ୍ୟା ୭୦୦ ଛୁଇଁଲା appeared first on Odisha Reporter.



from Odisha Reporter https://ift.tt/3yurUsr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages