ଆଜି ବି ହଜାରେ ଉପରେ ପଜିଟିଭ ଚିହ୍ନଟ, ୬୫ ମୃତକଙ୍କ ତଥ୍ୟ ମିଳିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 10, 2021

ଆଜି ବି ହଜାରେ ଉପରେ ପଜିଟିଭ ଚିହ୍ନଟ, ୬୫ ମୃତକଙ୍କ ତଥ୍ୟ ମିଳିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ପରି ଆଜି ବି ହଜାରେ ଉପରେ ରହିଛି ପଜିଟିଭ ସଂଖ୍ୟା ।  ଗତକାଲି ୧୦୪୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୧୦୭୮  ରହିଛି।  ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ  ୬୨୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୪୫୨ ।  ଏହାବାଦ ରାଜ୍ୟରେ ୬୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ  ତଥ୍ୟ ଦେଇଛନ୍ତି ସରକାର। ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୬,୬୩୦କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧାରୁ ସର୍ବାଧିକ  ୩୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୪୭, ଜଗତସିଂହପୁର, ଯାଜପୁରରୁ ୫୮ଲେଖାଏ ଆକ୍ରାନ୍ତ, କେନ୍ଦ୍ରାପଡ଼ାରୁ ୫୧, ପୁରୀରୁ ୪୮, ବାଲେଶ୍ୱରରୁ ୪୫, ମୟୂରଭଞ୍ଜରୁ  ୩୫, ନୟାଗଡ଼ରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ଅନୁଗୁଳରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୬, ଭଦ୍ରକରୁ ୨୫, ବଲାଙ୍ଗିରରୁ ୪, ବୌଦ୍ଧରୁ ୧, ଦେବଗଡ଼ରୁ ୪, ଢେଙ୍କାନାଳରୁ ୧୬, ଗଜପତିରୁ ୨, ଗଂଜାମରୁ ୬,   ଝାରସୁଗୁଡ଼ାରୁ ୮, କଳାହାଣ୍ଡି-ରୁ ୧, କନ୍ଧମାଳରୁ ୬, କେନ୍ଦୁଝରରୁ ୧୨, , ମାଲକାନଗିରିରୁ ୫, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୫, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୨, ସୁବର୍ଣ୍ଣପୁରରୁ ୫, ସୁନ୍ଦରଗଡ଼ରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୦ ହଜାର ୭୫କୁ ବୃଦ୍ଧି ପାଇଛି।  ଦିନକରେ ୬୮,୭୨୪ ସାମ୍ପଲ ଟେଷ୍ଟ ହୋଇଥିବା ବେଳେ ପଜିଟିଭିଟି ହେଉଛି ୧.୫୬% ।

ଅନ୍ୟପକ୍ଷରେ ଯେଉଁ ୬ ମୃତକଙ୍କ ସଂପର୍କରେ ତଥ୍ୟ ଦିଆଯାଇଛି, ସେମାନଙ୍କ ମଧ୍ୟରୁ  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ୧୨, ନୟାଗଡ଼ରୁ ୬, ଅନୁଗୁଳରୁ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରୁ ୩ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଥିବା ବେଳେ  କେନ୍ଦୁଝର, ମୟୂରଭଂଜ, ଢେଙ୍କାନାଳରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହାବାଦ ବରଗଡ଼, ଯାଜପୁର, କଳାହାଣ୍ଡି, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post ଆଜି ବି ହଜାରେ ଉପରେ ପଜିଟିଭ ଚିହ୍ନଟ, ୬୫ ମୃତକଙ୍କ ତଥ୍ୟ ମିଳିଲା appeared first on Odisha Reporter.



from Odisha Reporter https://ift.tt/3fS3K4k

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages