ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟା ୬ଟା ଭର୍ଚୁଆଲ ମୋଡ୍ରେ ଏହି ବୈଠକ ହେବାର ଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ ବୋଲି ଜଣାଯାଇଛି।
ଏହି ବୈଠକରେ ପଞ୍ଚାୟତିରାଜ, ଉଚ୍ଚଶିକ୍ଷା ଓ ପରିବହନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବ। ବୈଠକରେ ଫୋକସରେ ରହିପାରେ ପଞ୍ଚାୟତିରାଜ ବିଭାଗର ଆଇନ ସଂଶୋଧନ। ବିଧାନସଭା ଅଧିବେଶନ ସେପ୍ଟେମ୍ବର ପହିଲାରୁ ଆରମ୍ଭ ହେଉଥିବାରୁ ଏହି ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି କୁହାଯାଉଛି।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା ଅଧିବେଶନ। ସେପ୍ଟେମ୍ବର ୩ତାରିଖକୁ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ପାଇଁ ରଖାଯାଇଥିବାବେଳେ ଅନ୍ୟ ସମସ୍ତ ଦିନଗୁଡ଼ିକ ଅଫିସିଆଲ କାର୍ଯ୍ୟଦିବସ ରହିଛି। ୫ତାରିଖ ରବିବାର ଛୁଟି ରହିବ। ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ଦ୍ୱାରା ଜାରି ସମନ ଅନୁସାରେ, ସେପ୍ଟେମ୍ବର ୧ତାରିଖ ପୂର୍ବାହ୍ନ ୧୧ଟାରେ ବିଧାନସଭା ଅଧିବେଶନ ଆରମ୍ଭ ପାଇଁ ରାଜ୍ୟପାଳ ସମନ ଜାରି କରିଛନ୍ତି।
The post ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ appeared first on Odisha Reporter.
from Odisha Reporter https://ift.tt/38fcVaL
No comments:
Post a Comment