ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 24, 2021

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣ ତୃତୀୟା ତିଥି ।  ଏହି  ଅବସରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କର ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ ।  ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅପରାହ୍ନ ୪ଟାରୁ ରାତି ୮ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଆଜି ଦ୍ୱିତୀୟ ‌ଭୋଗମଣ୍ଡପରେ ଶ୍ରୀଜିଉଙ୍କର ଶ୍ରୀମୁଖ ସିଂହାର ନୀତି କରାଯିବ। ଏହି ଗୁପ୍ତ ନୀତି ପାଇଁ ଶ୍ରୀମନ୍ଦିରକୁ ୪ଘଣ୍ଟା ବନ୍ଦ କରାଯିବ  । ଏହାପରେ ଆସନ୍ତାକାଲି ସକାଳ ୭ଟାରେ ଭକ୍ତ ମହାପ୍ରଭୁଙ୍କ ଦର୍ଶନର ସୁଯୋଗ ପାଇବେ। ଆଜି ସର୍ବସାଧାରଣ ଦର୍ଶନର ତୃତୀୟ ଦିନରେ ପହଂଚିଥିବା ବେଳେ ୪ଘଣ୍ଟା ଦର୍ଶନ ବନ୍ଦ ହେଲେ ବହୁ ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିବାରୁ ବଂଚିତ ହେବେ।

ସୂଚନାଯୋଗ୍ୟ,କରୋନା କଟକଣା ହଟିବା ପରେ ସୋମବାର ସର୍ବସାଧାରଣଙ୍କ ପାଇଁ ଖୋଲିଥିଲା ଶ୍ରୀମନ୍ଦିର। ପ୍ରାୟ ଚାରି ମାସ ପରେ  ସୋମବାରଠାରୁ କାଳିଆ ଦର୍ଶନ କରିବାର ସୁଯୋଗ ପାଇଥିଲେ  ସମସ୍ତ ଶ୍ରଦ୍ଧାଳୁ।  ଶ୍ରୀମନ୍ଦିରରେ ଆଜି ତୃତୀୟ ଦିନ ପାଇଁ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀ ବାହାରର ଶ୍ରଦ୍ଧାଳୁ  । ଏଥିପାଇଁ ଶ୍ରଦ୍ଧାଳୁଙ୍କୁ ୯୬ ଘଣ୍ଟା ପୂର୍ବରୁ RTPCR ନେଗେଟିଭ ରିପୋର୍ଟ କିମ୍ବା କରୋନା ଟିକାର ୨ଟି ଡୋଜ୍ ନେଇଥିବାର ସାର୍ଟିଫିକେଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି ।  ଆଧାର କାର୍ଡ ପରି ପରିଚୟ ପତ୍ର ମଧ୍ୟ ଆବଶ୍ୟକ।  ଏପଟେ ଶୃଙ୍ଖଳିତ ଦର୍ଶନ ପାଇଁ ସିଂହଦ୍ୱାରରେ ପ୍ରବେଶ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନର ବ୍ୟବସ୍ଥା ହୋଇଛି ବ୍ୟାରିକେଡ୍ ନିର୍ମାଣ ସାଙ୍ଗକୁ ହାତ ସାନିଟାଇଜ୍ ପାଇଁ କରାଯାଇଛି ୮ଟି କିଓସ୍କ  । ହେଲେ ଦର୍ଶନ ଆରମ୍ଭର ୨ଦିନ ପରେ ଆଜି ୪ଘଣ୍ଟା ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ଜଣାପଡ଼ିବା ପରେ ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁ ନିରାଶ ହୋଇଛନ୍ତି।

 

The post ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର appeared first on Odisha Reporter.



from Odisha Reporter https://ift.tt/3B8s0Y5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages