ଭୁବନେଶ୍ୱରରେ ଆରଏସଏସ ମୁଖ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 24, 2021

ଭୁବନେଶ୍ୱରରେ ଆରଏସଏସ ମୁଖ୍ୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୫ ଦିନିଆ ଓଡିଶା ଗସ୍ତରେ ଆସି ଗତକାଲି ବିଳମ୍ବିତ ରାତ୍ରୀରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ସରସଂଘଚାଳକ ମୋହନ ଭାଗବତ  ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଏହି ସମୟରେ ସେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।

ସଂଘର ବିଭିନ୍ନ ବୈଠକରେ ଯୋଗ ଦେଇ ସାଂଗଠନିକ ବିଷୟ ଉପରେ ଆଲୋଚନା କରିବେ । ଏଥିସହିତ କରୋନା ମହାମାରୀରେ ପୀଡିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସଂଘ ଦ୍ୱାରା କରାଯାଇଥିବା ରାଜ୍ୟବ୍ୟାପୀ ସେବା କାର୍ଯ୍ୟର ସମୀକ୍ଷା କରିବେ । ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ଆବଶ୍ୟକ ପ୍ରଶିକ୍ଷଣ ଏବଂ ପ୍ରସ୍ତୁତି ଉପରେ ମଧ୍ୟ ବିଚାର କରାଯିବ ।

ଭାଗବତ ୨୬ ତାରିଖରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହାପରେ ସେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିବା କାର୍ଯ୍ୟସୂଚୀ ରହିଛି ।

The post ଭୁବନେଶ୍ୱରରେ ଆରଏସଏସ ମୁଖ୍ୟ appeared first on Odisha Reporter.



from Odisha Reporter https://ift.tt/3sKmA2u

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages