ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୮ ଛୁଆ କରୋନା ପଜିଟିଭ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 18, 2021

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୮ ଛୁଆ କରୋନା ପଜିଟିଭ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୨୮ ଜଣ ଛୁଆ ଅଛନ୍ତି, ଯେଉଁମାନଙ୍କ ବୟସ ୦ରୁ ୧୮ ବର୍ଷ ମଧ୍ୟରେ ରହିଛି।

ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୩୬ଟି ହେଉଛି ଲୋକାଲ୍ କେସ୍। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୮ ଜଣ ଅଛନ୍ତି।

କଟକ ଜିଲ୍ଲାରୁ ୧୭୬ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୯, ବାଲେଶ୍ୱରରୁ ୨୨, ବରଗଡ଼ରୁ ୭, ଭଦ୍ରକରୁ ୧୫, ବଲାଙ୍ଗିରରୁ ୨, ବୌଦ୍ଧରୁ ଜଣେ, ଦେବଗଡ଼ରୁ ୭, ଢେଙ୍କାନାଳରୁ ୧୫, ଗଜପତିରୁ ଜଣେ, ଗଞ୍ଜାମରୁ ୫, ଜଗତସିଂହପୁରରୁ ୪୩, ଯାଜପୁରରୁ ୫୬, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୪, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୩୭, କେନ୍ଦୁଝରରୁ ୧୨, କୋରାପୁଟରୁ ୨, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୩୬, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୧୩, ନୂଆପଡ଼ାରୁ ଜଣେ, ପୁରୀରୁ ୩୪, ରାୟଗଡ଼ାରୁ ୫, ସମ୍ବଲପୁରରୁ ୯, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ୍ ପୁଲ୍‌ରୁ ୮୮ ଜଣ ଚିହ୍ନଟ ହୋଇଛନ୍ତି।

୧୦୪୧ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୮ ହଜାର ୧୮୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୮୧ ହଜାର ୩୧୬ ସୁସ୍ଥ ହୋଇ ସାରିଥିବା ବେଳେ ୯,୬୬୪ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସମ୍ପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୧୫୪କୁ ବୃଦ୍ଧି ପାଇଛି।

ଏହି ୬୮ ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୧୮ ଜଣ ଥିବା ବେଳେ ଜଗତସିଂହପୁରରୁ ୧୦, ଖୋର୍ଦ୍ଧାରୁ ୭, ଢେଙ୍କାନାଳରୁ ୬, ଭଦ୍ରକ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୪, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଯାଜପୁରରୁ ୩ ଜଣ ଲେଖାଏଁ, ଗଞ୍ଜାମରୁ ୨ ଏବଂ ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।

କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୭କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୩୧୩, ବାଲେଶ୍ୱରରେ ୨୪୮, ଭଦ୍ରକରେ ୧୦୮, ଢେଙ୍କାନାଳରେ ୧୬୪, ଗଞ୍ଜାମରେ ୪୬୭, ଜଗତସିଂହପୁରରେ ୧୫୧, ଯାଜପୁରରେ ୧୦୭, କେନ୍ଦ୍ରାପଡ଼ାରେ ୧୮୮, ଖୋର୍ଦ୍ଧାରେ ୧,୪୦୨, ମୟୂରଭଞ୍ଜରେ ୨୪୬, ନୟାଗଡ଼ରେ ୧୯୨ ଓ ସୁନ୍ଦରଗଡ଼ରେ ୫୭୦ରେ ପହଞ୍ଚିଛି।

The post ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୮ ଛୁଆ କରୋନା ପଜିଟିଭ୍‌ appeared first on Odisha Reporter.



from Odisha Reporter https://ift.tt/3k4Vj7g

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages