ଶହେ ଉପରେ ପିଲା କରୋନା ପଜିଟିଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 26, 2021

ଶହେ ଉପରେ ପିଲା କରୋନା ପଜିଟିଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ଏବେ ହଜାରେ ତଳେ ରହୁଥିବା ବେଳେ ପିଲାଙ୍କ ସଂକ୍ରମଣ ବଢ଼ାଉଛି ଚିନ୍ତା। ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ କେବଳ ୧୦୬ ଜଣ ପିଲା ଥିବା ବେଳେ ସେମାନଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ ରହିଛି। ଗତ କିଛି ଦିନ ଧରି ଦୈନିକ ଶହେରୁ ଊର୍ଦ୍ଧ୍ୱ ପିଲା କରୋନା ଦ୍ୱାରା କବଳିତ ହେଉଛନ୍ତି।

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ୮୧୬ ସଂକ୍ରମିତଙ୍କ ମଧ୍ୟରୁ ୪୭୫ ଜଣ କ୍ବାରେଣ୍ଟାଇନ୍‌ରେ ଥିଲେ। ବାକି ୩୪୧ଟି ଲୋକାଲ କେସ୍ । ଏହାବାଦ ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଖୋର୍ଦ୍ଧାରୁ ସର୍ବାଧିକ ୨୯୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ଅନୁଗୋଳରୁ ୧୩ , ବାଲେଶ୍ୱରରୁ ୪୬,  ବରଗଡ଼ରୁ ୧୩, ଭଦ୍ରକରୁ ୯, ବଲାଙ୍ଗିରରୁ ୩, କଟକରୁ ୧୧୬, ଦେବଗଡ଼ରୁ ୧୩, ଢେଙ୍କାନାଳରୁ ୧୯ ଓ ଗଂଜାମରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ଜଗତସିଂହପୁରରୁ ୩୪ ଜଣ, ଯାଜପୁରରୁ ୩୧, ଝାରସୁଗୁଡ଼ାରୁ ୧,କଳାହାଣ୍ଡିରୁ ୪, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୧୬, , କୋରାପୁଟରୁ  ୫, ମାଲକାନଗିରିରୁ  ୪, ମୟୂରଭଂଜରୁ ୨୭, ନୟାଗଡ଼ରୁ ୧୨, ନୂଆପଡ଼ାରୁ ୧, ପୁରୀରୁ ୨୦, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୮, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟପୁଲରୁ  ୬୨ ଜଣ ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୮୭୫କୁ ବୃଦ୍ଧି ପାଇଛି।

ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତକଙ୍କ ମଧ୍ୟରେ  କଟକରୁ ୩୮, ଜଗତସିଂହପୁରରୁ ୯, ଢେଙ୍କାନାଳରୁ ୬ ଆକ୍ରାନ୍ତ  ଆଖି ବୁଜିଛନ୍ତି।  ଏହାବାଦ ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଂଜରୁ ୩ ଲେଖାଏଁ, ଅନୁଗୁଳ ଓ ନବରଂଗପୁରରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଭଦ୍ରକ, କେନ୍ଦୁଝର, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୬୯୭କୁ ବୃଦ୍ଧି ପାଇଛି।

The post ଶହେ ଉପରେ ପିଲା କରୋନା ପଜିଟିଭ appeared first on Odisha Reporter.



from Odisha Reporter https://ift.tt/3BdyHIw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages