ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ଜିତିଲା ବ୍ରୋଞ୍ଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 4, 2021

ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ଜିତିଲା ବ୍ରୋଞ୍ଜ

ନୂଆଦିଲ୍ଲୀ: ଚାରି ଦଶନ୍ଧି ପରେ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ଜିତିଛି ପଦକ। ୧୯୮୦ ଅଲିମ୍ପିକ୍ସରେ ଶେଷ ଥର ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ଦଳ ଆଜି ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ହାସଲ କରିଛି। ଦଳ ଜର୍ମାନୀକୁ ୫-୪ରେ ପରାସ୍ତ କରି ଏହି ପଦକ ହାସଲ କରିଛି।

ଖେଳ ଆରମ୍ଭ ହେବାର ଦ୍ୱିତୀୟ ମିନିଟ୍‌ରେ ଜର୍ମାନୀ ଦେଇଥିଲା ପ୍ରଥମ ଗୋଲ୍‌। ଏହା ପରେ ଜର୍ମାନୀ ୪ଟି ପେନାଲ୍‌ଟି କର୍ଣ୍ଣର ମଧ୍ୟ ପାଇଥିଲା। ତେବେ ସେଗୁଡ଼ିକୁ ଗୋଲରେ ପରିଣତ କରିପାରି ନଥିଲା। ଭାରତ ପକ୍ଷରୁ ବି କୌଣସି ଗୋଲ୍ ହୋଇ ନଥିଲା। ଫଳରେ ପ୍ରଥମ କ୍ୱାର୍ଟରରେ ଭାରତ ୦-୧ରେ ପଛୁଆ ରହିଥିଲା।

ଦ୍ୱିତୀୟ କ୍ୱାର୍ଟର ପ୍ରାରମ୍ଭରେ ଜର୍ମାନୀ ଉପରେ ଏକ ଗୋଲ୍ ଦେଇଥିଲା ଭାରତ। ସିମରନଜୀନ ସିଂହ ଏହି ଗୋଲ୍‌ଟି ଦେଇଥିଲେ। ଆଉ ଏହା ସହିତ ଦୁଇ ଦଳ ବରାବର ସ୍ଥିତିରେ ପହଞ୍ଚି ଯାଇଥିଲେ। କିନ୍ତୁ ଏହା ପରେ ଜର୍ମାନୀ ଦୁଇଟି ଗୋଲ ଦେଇଥିଲା ଏବଂ ୩-୧ରେ ଆଗୁଆ ରହିଥିଲା। ତେବେ ଦ୍ୱିତୀୟ କ୍ୱାର୍ଟର ଶେଷ ବେଳକୁ ଭାରତ ଆଉ ଦୁଇ ଗୋଲ୍‌ ଦେବାରେ ସଫଳ ହୋଇଥିଲା। ଆଉ ଦ୍ୱିତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦୁଇ ଦଳ ୩-୩ରେ ରହିଥିଲେ। ଦ୍ୱିତୀୟ କ୍ୱାର୍ଟରରେ ଭାରତ ପକ୍ଷରୁ ହାର୍ଦ୍ଦିକ ସିଂହ ଓ ହରମନପ୍ରୀତ୍ ସିଂହ ଗୋଟିଏ ଲେଖାଏଁ ଗୋଲ୍ କରିଥିଲେ।

ତୃତୀୟ କ୍ୱାର୍ଟରରେ ଭାରତର ଦବଦବା ଦେଖିବାକୁ ମିଳିଥିଲା। ଏହି କ୍ୱାର୍ଟରରେ ରୁପିନ୍ଦର ପଲ୍ ପ୍ରଥମେ ଏକ ଗୋଲ୍ ଦେଇଥିଲେ। ସେ ଏକ ପେନାଲ୍‌ଟି ଷ୍ଟ୍ରୋକ୍‌କୁ ଗୋଲରେ ପରିଣତ କରିବାରେ ସଫଳ ହୋଇଥିଲେ। ଫଳରେ ଦଳ ୪-୩ରେ ଆଗୁଆ ରହିଥିଲା। ଏହା ପରେ ଦଳ ଆଉ ଏକ ଗୋଲ୍ ଦେବାରେ ସଫଳ ହୋଇଥିଲା। ସିମରନଜୀତ୍ ସିଂହ ଏହି ଗୋଲ୍‌ଟି ଦେଇଥିଲା। ଏହା ସହିତ ତୃତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦଳ ୫-୩ରେ ଆଗୁଆ ରହିଥିଲା।

ଚତୁର୍ଥ କ୍ୱାର୍ଟରର ପ୍ରଥମ ୫ ମିନିଟ୍‌ରେ ଜର୍ମାନୀ ଏକ ପେନାଲ୍‌ଟି କର୍ଣ୍ଣରକୁ ଗୋଲ୍‌ରେ ପରିଣତ କରିବାରେ ସଫଳ ହୋଇଥିଲା ଓ ମ୍ୟାଚ୍‌କୁ ୪-୫ ସ୍ଥିତିକୁ ନେଇଯାଇଥିଲା।

The post ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ଜିତିଲା ବ୍ରୋଞ୍ଜ appeared first on Odisha Reporter.



from Odisha Reporter https://ift.tt/37iJLao

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages