ଆଜି ୪ଟାରେ ବାହାରିବ ମାଟ୍ରିକ୍ ଅଫ୍‌ଲାଇନ୍ ପରୀକ୍ଷା ଫଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 24, 2021

ଆଜି ୪ଟାରେ ବାହାରିବ ମାଟ୍ରିକ୍ ଅଫ୍‌ଲାଇନ୍ ପରୀକ୍ଷା ଫଳ

କଟକ (ଓଡ଼ିଶା ରିପୋର୍ଟର): ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ଫଳ। ମୋଟ ୧୫, ୧୩୬ ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ। ଏମାନେ ପୂର୍ବରୁ ବୋର୍ଡ ଦ୍ୱାରା ପ୍ରକାଶିତ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ହୋଇ ପରୀକ୍ଷା ଦେଇଥିଲେ।

କରୋନା ଯୋଗୁ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ହୋଇ ପାରି ନଥିଲା। ତେଣୁ ବୋର୍ଡ ପକ୍ଷରୁ ବିକଳ୍ପ ବ୍ୟବସ୍ଥା ଯୋଗେ ଛାତ୍ରଛାତ୍ରୀଙ୍କର ମୂଲ୍ୟାୟନ କରାଯାଇ ଜୁନ୍ ୨୫ ତାରିଖରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ କରାଯାଇଥିଲା। ତେବେ ଏହି ପରୀକ୍ଷା ଫଳରେ କିଛି ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ପ୍ରକାଶ କରିଥିଲେ। ସେମାନଙ୍କ ମଧ୍ୟରୁ ଏହି ୧୫,୧୩୬ ଜଣ ଅଫ୍‌ଲାଇନ୍‌ରେ ଅର୍ଥାତ୍ ପରୀକ୍ଷା କେନ୍ଦ୍ରକୁ ଆସି ପରୀକ୍ଷା ଦେଇଥିଲେ।

ବୋର୍ଡ ତା’ର ପୂର୍ବ ଘୋଷଣା ମୁତାବକ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇ ୫ ତାରିଖରୁ ଫର୍ମ ଫିଲ୍‌ଅପ୍ ଆରମ୍ଭ କରିଥିଲା, ଯାହା ଜୁଲାଇ ୧୪ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଏହା ପରେ ଜୁଲାଇ ୩୦ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିଲା।

ସୂଚନାଯୋଗ୍ୟ, ଜୁନ୍ ମାସରେ ବୋର୍ଡ ଯେଉଁ ଫଳ ପ୍ରକାଶ କରିଥିଲା, ସେଥିରେ ୯୭.୮% ଛାତ୍ରଛାତ୍ରୀ ପାସ୍ କରିଥିଲେ। ମୋଟ ୫, ୭୪, ୧୨୫ ପିଲାଙ୍କର ମୂଲ୍ୟାୟନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫, ୬୨, ୦୧୦ ଜଣ ପାସ୍ କରିଥିଲେ। ସେମାନଙ୍କ ମଧ୍ୟରେ ୨,୮୦,୩୫୨ ଜଣ ଛାତ୍ର ଥିବା ବେଳେ ୨,୮୧,୬୫୮ ଜଣ ଛାତ୍ରୀ ଥିଲେ।  ପାସ୍‌ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୬୫୬ ଜଣ A1 ଗ୍ରେଡ୍‌ ପାଇଥିବା ବେଳେ ୨୨, ୧୩୧ ଜଣ A2, ୫୨, ୧୯୯ ଜଣ B1 ଓ ୯୪, ୪୭୫ ଜଣ B2 ଗ୍ରେଡ୍‌ ପାଇଥିଲେ। ସେହିପରି ୧,୩୭,୦୧୪ ଜଣ ‘ସି’ ଗ୍ରେଡ୍‌ରେ ପାସ୍ କରିଥିବା ବେଳେ ୧,୫୧,୬୩୯ ଜଣ ‘ଡି’ ଗ୍ରେଡ୍‌ ଓ ୧,୦୧,୭୯୬ ଜଣ ‘ଇ’ ଗ୍ରେଡ୍ ପାଇଥିଲେ।

 

The post ଆଜି ୪ଟାରେ ବାହାରିବ ମାଟ୍ରିକ୍ ଅଫ୍‌ଲାଇନ୍ ପରୀକ୍ଷା ଫଳ appeared first on Odisha Reporter.



from Odisha Reporter https://ift.tt/2Woiotz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages