୬୩୮ ପଜିଟିଭ୍‌ଙ୍କ ମଧ୍ୟରୁ ୧୧୦ ଛୁଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 30, 2021

୬୩୮ ପଜିଟିଭ୍‌ଙ୍କ ମଧ୍ୟରୁ ୧୧୦ ଛୁଆ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୦ ଜଣ ଅଛନ୍ତି।

ଏହି ୬୩୮ ଜଣଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୭୧ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୬ ଜଣ ଥିବା ବେଳେ ବାଲେଶ୍ୱରରୁ ୨୩, ବରଗଡ଼ରୁ ୬, ଭଦ୍ରକରୁ ୧୨, ବୌଦ୍ଧରୁ ୧୨, କଟକରୁ ୫୭, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୧୦, ଗଜପତିରୁ ଜଣେ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧୯, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୪ କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୨, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୦, ନୟାଗଡ଼ରୁ ୭, ନୂଆପଡ଼ାରୁ ୨, ପୁରୀରୁ ୨୧, ରାୟଗଡ଼ାରୁ ୭, ସମ୍ବଲପୁରରୁ ୭, ସୁନ୍ଦରଗଡ଼ରୁ ୧୯ ଓ ଷ୍ଟେଟ୍ ପୁଲ୍‌ରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି।

ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ଜଣେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ଅନ୍ୟପକ୍ଷରେ ୬୩୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୭୫୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୨ ହଜାର ୪୭୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭,୨୫୫ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖୃ ୭,୯୬୯କୁ ବୃଦ୍ଧି ପାଇଛି।

ଏହି ୬୮ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୨ ଜଣ ଥିବା ବେଳେ ଅନୁଗୋଳରୁ ୧୧, ଜଗତସିଂହପୁରରୁ ୮, କେନ୍ଦ୍ରାପଡ଼ାରୁ ୬, ବାଲେଶ୍ୱରରୁ ୫, ଢେଙ୍କାନାଳରୁ ୪, ଭଦ୍ରକ ଓ ପୁରୀରୁ ୩ ଜଣ ଲେଖାଏଁ ଏବଂ ଯାଜପୁର, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଅଛନ୍ତି।

କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୨କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୩୭୪, ବାଲେଶ୍ୱରରେ ୨୮୧, ଭଦ୍ରକରେ ୧୩୮, ଢେଙ୍କାନାଳରେ ୨୩୮, ଜଗତସିଂହପୁରରେ ୨୮୬, ଯାଜପୁରରେ ୧୫୨, କେନ୍ଦ୍ରାପଡ଼ାରେ ୨୩୮, ଖୋର୍ଦ୍ଧାରେ ୧୪୪୦, ମୟୂରଭଞ୍ଜରେ ୨୭୧ ଓ ପୁରୀରେ ୪୩୫ରେ ପହଞ୍ଚିଛି।

The post ୬୩୮ ପଜିଟିଭ୍‌ଙ୍କ ମଧ୍ୟରୁ ୧୧୦ ଛୁଆ appeared first on Odisha Reporter.



from Odisha Reporter https://ift.tt/2Y5YkN3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages