ଭିତରକନିକାରେ ଆଜିଠୁ ପକ୍ଷୀ ଗଣନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 22, 2021

ଭିତରକନିକାରେ ଆଜିଠୁ ପକ୍ଷୀ ଗଣନା

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଆଜିଠୁ ଆରମ୍ଭ ହୋଇଛି ଦେଶୀୟ ପକ୍ଷୀ ଗଣନା ।  ଏହି ପକ୍ଷୀ ଗଣନା କାର୍ଯ୍ୟକ୍ରମ ୭ଦିନ ପର୍ଯ୍ୟନ୍ତ ଚାଲିବ । ଗଣନା ପାଇଁ ୨ଟି ଟିମ୍‌ ଗଠନ କରାଯାଇଛି । ପ୍ରତ୍ୟେକ ଟିମରେ ୭ ଜଣ ଲେଖାଏଁ ସଦସ୍ୟ ଅଛନ୍ତି ।

ବର୍ଷା ଋତୁ ଆଗମନରେ ଦେଶର କୋଣ ଅନୁକୋଣରୁ ନିଜର ବଂଶ ବିସ୍ତାର ପାଇଁ ଗେଣ୍ଡାଳିଆ,ରାଣୀ ବଗ, ମଝିଆ ବଗ, ଛୋଟ ବଗ, ଖଇରା ବଗ, ଅଞ୍ଜନା ବା ମାଟିଆ ବଗ, ପାଣି କୁଆ, ଅନ୍ଧାରିଆ ବଗ, ଦାଆଁବେଟିଆ, କାପରଖାଇ ଆଦି ପକ୍ଷୀ ଭିତରକନିକାମୁହାଁ ହୋଇଛନ୍ତି।  ସେମାନେ ଭିତରକନିକାର ବଗ ଗହଣ, ମଠଆଡ଼ିଆ, ଲଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦଡିଆର ଗଛମାନଙ୍କରେ ବସା ବାନ୍ଧିଛନ୍ତି  ।

ନଦୀ ମୁହାଣର ବ୍ରାହ୍ମଣୀ ନଦୀ ପଠା ଓ ଦ୍ୱୀପରେ ଅବସ୍ଥିତ ଏକର ଏକର ବିଶିଷ୍ଟ ଏହି ଜଙ୍ଗଲ ମଧ୍ୟରେ ବନି, ଗୁଆ, କେରୁଆ, ଓରୁଅ ଗ ରେ ବସା ବାନ୍ଧି ପକ୍ଷୀମାନେ ବଂଶ ବିସ୍ତାର କରିଥାନ୍ତି ।

ଏନେଇ କନିକା ରେଞ୍ଜ ଅଫିସର ମାନସ ଦାସ କହିଛନ୍ତି ଆଜିଠୁ ପକ୍ଷୀଗଣନା ଆରମ୍ଭ ହୋଇଛି। ୨ଟି ଟିମ୍‌ ହୋଇଛି। ଗୋଟିଏ ଟିମ୍‌  ମଠଆଡ଼ିଆ  ଓ ଅନ୍ୟ ଟିମ୍‌ ଲକ୍ଷ୍ମୀପ୍ରସାଦ,   ଦୁର୍ଗାପ୍ରସାଦଡିଆରରେ ପକ୍ଷୀ ଗଣନା କରିବେ।  ୭ ଦିନ ଧରି ଏହି  ଗଣନା କାର୍ଯ୍ୟକ୍ରମ ଚାଲିବ।

The post ଭିତରକନିକାରେ ଆଜିଠୁ ପକ୍ଷୀ ଗଣନା appeared first on Odisha Reporter.



from Odisha Reporter https://ift.tt/3zb99LE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages