ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ ଅଡି ଚୁରମାର, ଗଲା ୭ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 30, 2021

ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ ଅଡି ଚୁରମାର, ଗଲା ୭ ଜୀବନ

ବାଙ୍ଗାଲୋର:କର୍ଣ୍ଣାଟକର ରାଜଧାନୀ ବାଙ୍ଗାଲୋର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ଅଡି କାର୍‌ ଏକ ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହେବାରୁ କାର୍‌ଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି।  ଏହି ଦୁର୍ଘଟଣାରେ ୭ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ପରିଚୟ ମିଳିନି।

ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଗତକାଲି ବିଳମ୍ବିତ ରାତି ପ୍ରାୟ ୧୧ଟା ୪୫ ମିନିଟ୍‌ରେ ବାଙ୍ଗାଲୋର ନିକଟବର୍ତ୍ତୀ କୋରାମଙ୍ଗଲାରେ ଏହି ଦୁର୍ଘଟଣା ଘଟିଥିଲା। ଏକ ଅଡି Q3 ଗାଡ଼ି ଖୁବ୍‌ କ୍ଷୀପ୍ର ବେଗ୍‌ରେ ଆସୁଥିବା ବେଳେ ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇଯାଇଥିଲା।

ଉକ୍ତ ସମୟରେ କାର୍‌ରେ ୭ ଜଣ ଥିବା ବେଳେ ୬ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିଲା। ଏହାବାଦ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟର ୩ ମହିଳା ଓ ୪ ପୁରୁଷ ଥିବା ଜଣାଯାଇଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

The post ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ ଅଡି ଚୁରମାର, ଗଲା ୭ ଜୀବନ appeared first on Odisha Reporter.



from Odisha Reporter https://ift.tt/3BtAycy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages