ଆଜିଠୁ ସମସ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର, ରତ୍ନସିଂହାସନରେ ମିଳିବ ଶ୍ରୀଜିଉଙ୍କ ଦର୍ଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 22, 2021

ଆଜିଠୁ ସମସ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର, ରତ୍ନସିଂହାସନରେ ମିଳିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ(ଓଡ଼ିଶା ରିପୋର୍ଟର): ଦୀର୍ଘ ୪ ମାସର ପ୍ରତିକ୍ଷା ପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କୁ ଦେଖିବାର ସୌଭାଗ୍ୟ ପାଇଛନ୍ତି ସର୍ବସାଧାରଣ । ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିଲା ଶ୍ରୀମନ୍ଦିର । କରୋନାର ଦ୍ୱିତୀୟ ଲହର କମିବା ପରେ ସେବାୟତ, ତାଙ୍କ ପରିବାର ଓ ପୁରୀବାସୀ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୌଭାଗ୍ୟ ପାଇଥିଲେ। ତେବେ ଆଜିଠାରୁ ରାଜ୍ୟ ଓ ରାଜ୍ୟ ବାହାରର ସମସ୍ତ ଭକ୍ତ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରିପାରିବେ।

ସରକାରୀ ଗାଇଡଲାଇନ୍‌ ଅନୁଯାୟୀ,  ଚତୁର୍ଦ୍ଧାମୂରତିଙ୍କ ଦର୍ଶନ ପାଇଁ ଆରଟିପିସିଆର ନେଗେଟିଭ ରିପୋର୍ଟ କିମ୍ବା କରୋନା ଟିକାର ୨ଟି ଡୋଜ୍ ନେଇଥିବାର ସାର୍ଟିଫିକେଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି । ଆଧାର କାର୍ଡ ପରି ପରିଚୟ ପତ୍ର ବି ଆବଶ୍ୟକ ।

ଶୃଙ୍ଖଳିତ  ଦର୍ଶନ ପାଇଁ ସିଂହଦ୍ୱାରରେ ପ୍ରବେଶ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନର ବ୍ୟବସ୍ଥା ହୋଇଛି । ହାତ ସାନିଟାଇଜ୍ ପାଇଁ କରାଯାଇଛି ୮ଟି କିଓସ୍କ । ବୃଦ୍ଧ ଓ ଦିବ୍ୟାଙ୍ଗ ଯେମିତି ସୁରୁଖୁରୁରେ ଦର୍ଶନ କରିପାରିବେ, ତାର ମଧ୍ୟ ବ୍ୟବସ୍ଥା ହୋଇଛି।  ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ଭକ୍ତ।

ଭକ୍ତଙ୍କ ପରିଚୟ ପତ୍ର ଯାଞ୍ଚ ହେଉଛି।

ସେହିପରି  ଆଜି ଭୁବନେଶ୍ୱରରେ ସମସ୍ତ ଧର୍ମାନୁଷ୍ଠାନ ଖୋଲିଛି। ହେଲେ ସେପ୍ଟେମ୍ବର ୧ରୁ ଖୋଲିବ ଲିଙ୍ଗରାଜ ମନ୍ଦିର।  କୋଭିଡ୍ ନିୟମ ମାନି ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ବିଏମ୍‌ସି ଅନୁମତି ଦେଇଛି।  ତେବେ କୌଣସି ଶ୍ରଦ୍ଧାଳୁଙ୍କୁ ମନ୍ଦିରର ଗର୍ଭଗୃହ ଭିତରକୁ ଛଡ଼ାଯିବ ନାହିଁ । ନିରାପଦ ଦୂରତାରେ ରହି ଶ୍ରଦ୍ଧାଳୁମାନେ ଦର୍ଶନ କରିପାରିବେ  । ମସିଜିଦ୍, ଚର୍ଚ୍ଚ ଓ ଅନ୍ୟ ଧର୍ମାନୁଷ୍ଠାନରେ ମଧ୍ୟ କୋଭିଡ୍ କଟକଣାରେ ଶ୍ରଦ୍ଧାଳୁମାନେ ଭିତରକୁ ଯାଇ ପ୍ରାର୍ଥନା ଓ ନମାଜ କରିପାରିବେ ।

ତେବେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଯେମିତି ସାମାଜିକ ଦୂରତା ରହିବ ସେ ଦାୟିତ୍ୱ ସଂପୃକ୍ତ ଧର୍ମାନୁଷ୍ଠାନର କର୍ତ୍ତୃପକ୍ଷ ନେବେ । ତେବେ ଧର୍ମାନୁଷ୍ଠାନରେ ଏକା ସଙ୍ଗରେ ୨୫ ଜଣରୁ ଅଧିକ ଏକାଠି ହେବାକୁ ବାରଣ କରାଯାଇଛି।  ଧର୍ମାନୁଷ୍ଠାନର ସେବାୟତ RTPCR ନେଗେଟିଭ ବା ଦୁଇ ଡୋଜ୍ କୋଭିଡ୍ ଭ୍ୟାକ୍ସିନ ନେଇଥିବା ଜରୁରୀ  । ସମସ୍ତ ସେବାୟତ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ।  ଶ୍ରଦ୍ଧାଳୁମାନେ ଧର୍ମାନୁଷ୍ଠାନରେ ପ୍ରବେଶ ବେଳେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବାକୁ ଗାଇଡ୍ଲାଇନ୍‌ରେ ଉଲ୍ଲେଖ ଅଛି।

The post ଆଜିଠୁ ସମସ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର, ରତ୍ନସିଂହାସନରେ ମିଳିବ ଶ୍ରୀଜିଉଙ୍କ ଦର୍ଶନ appeared first on Odisha Reporter.



from Odisha Reporter https://ift.tt/3znE1J3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages