ରାଜ୍ୟରେ ଆଉ ୧୦୧ ଛୁଆ କରୋନା ପଜିଟିଭ୍ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 22, 2021

ରାଜ୍ୟରେ ଆଉ ୧୦୧ ଛୁଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୧ ଜଣ ଅଛନ୍ତି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୯ ଜଣ ଥିବା ବେଳେ କଟକରୁ ୧୧୭ ଓ ଷ୍ଟେଟ୍‌ ପୁଲ୍‌ରୁ ୬୪ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ଆଉ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୨, ବରଗଡ଼ରୁ ୧୮, ଭଦ୍ରକରୁ ୮, ବଲାଙ୍ଗିରରୁ ୨, ବୌଦ୍ଧରୁ ୧, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୧୨, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୮, ଯାଜପୁରରୁ ୩୫, ଝାରସୁଗୁଡ଼ାରୁ ଜଣେ, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝରରୁ ୫, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୨୪, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୨, ପୁରୀରୁ ୧୩, ରାୟଗଡ଼ାରୁ ୫, ସମ୍ବଲପୁରରୁ ୨୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଅଛନ୍ତି।

କୋରାପୁଟ, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଗତ ୨୪ ଘଣ୍ଟାରେ ଜଣେ ବି କରୋନା ପଜିଟିଭ୍ ଚିହ୍ନଟ ହୋଇ ନାହାନ୍ତି।

୭୬୧ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧ ହଜାର ୬୯୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୮୫ ହଜାର ୩୦୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮,୯୧୭ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୪୨୬କୁ ବୃଦ୍ଧି ପାଇଛି।

ଏହି ୬୮ ଜଣ ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୧୭ ଜଣ ଥିବା ବେଳେ ଜଗତସିଂହପୁରରୁ ୧୫, ଢେଙ୍କାନାଳରୁ ୯, ଖୋର୍ଦ୍ଧାରୁ ୮, ଯାଜପୁରରୁ ୬, କେନ୍ଦ୍ରାପଡ଼ାରୁ ୪, ବାଲେଶ୍ୱରରୁ ୩, ପୁରୀରୁ ୨ ଏବଂ ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।

ଏହା ସହିତ କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୮କୁ ବୃଦ୍ଧି ପାଇଥିବା ବେଳେ ଜଗତସିଂହପୁରରେ ୨୦୨, ଢେଙ୍କାନାଳରେ ୨୦୦, ଖୋର୍ଦ୍ଧାରେ ୧୪୨୧, ଯାଜପୁରରେ ୧୩୦, କେନ୍ଦ୍ରାପଡ଼ାରେ ୨୧୨, ବାଲେଶ୍ୱରରେ ୨୫୮, ପୁରୀରେ ୪୨୨, ଭଦ୍ରକରେ ୧୨୩, ଝାରସୁଗୁଡ଼ାରେ ୧୭୨, କେନ୍ଦୁଝରରେ ୧୫୪ ଓ ରାୟଗଡ଼ାରେ ୧୬୫ରେ ପହଞ୍ଚି ଯାଇଛି।

The post ରାଜ୍ୟରେ ଆଉ ୧୦୧ ଛୁଆ କରୋନା ପଜିଟିଭ୍ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/385Z072

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages