ରାଜ୍ୟରେ ୧୨୪୩ ନୂଆ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 7, 2021

ରାଜ୍ୟରେ ୧୨୪୩ ନୂଆ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୨୫ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ ଜଣ ଥିବା ବେଳେ କଟକରୁ ୧୭୭, ଅନୁଗୋଳରୁ ୫୩, ବାଲେଶ୍ୱରରୁ ୪୯, ବରଗଡ଼ରୁ ୯, ଭଦ୍ରକରୁ ୨୨, ବଲାଙ୍ଗିରରୁ ୬, ବୌଦ୍ଧରୁ ୪, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୨୯, ଗଜପତିରୁ ୩, ଗଞ୍ଜାମରୁ ୨, ଜଗତସିଂହପୁରରୁ ୮୮, ଯାଜପୁରରୁ ୫୦, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୨, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୩୨, କେନ୍ଦୁଝରରୁ ୧୫, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୩୫, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୫୬, ନୂଆପଡ଼ାରୁ ୨, ପୁରୀରୁ ୬୯, ରାୟଗଡ଼ାରୁ ୧୩, ସମ୍ବଲପୁରରୁ ୧୦, ସୋନପୁରରୁ ୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୪ ଜଣ ଅଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୮୪ ଜଣ ଚିହ୍ନଟ ହୋଇଛନ୍ତି।

୧୨୪୩ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୭୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୨ ହଜାର ୧୨୯ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ଯେଉଁ ୬୯ ମୃତକଙ୍କ ସଂପର୍କରେ ତଥ୍ୟ ଦିଆଯାଇଛି, ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ଥିବା ବେଳେ କଟକରୁ ୧୩, ସମ୍ବଲପୁରରୁ ୮, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୬ ଜଣ ଲେଖାଏଁ, ବରଗଡ଼ ଓ କେନ୍ଦୁଝରରୁ ୫ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୪ ଓ ଦେବଗଡ଼ରୁ ଜଣେ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୮୬କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୨୧୩, ବରଗଡ଼ରେ ୨୯୮, କଟକରେ ୪୨୮, ଦେବଗଡ଼ରେ ୪୦, ଝାରସୁଗୁଡ଼ାରେ ୧୬୫, କେନ୍ଦୁଝରରେ ୧୪୩, ସମ୍ବଲପୁରରେ ୧୮୬ ଓ ସୁନ୍ଦରଗଡ଼ରେ ୫୫୭କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ୧୨୪୩ ନୂଆ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/3isnWvw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages