ସମ୍ବଲପୁର(ଓଡ଼ିଶା ରିପୋର୍ଟର): ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ଆଜି ଶୁଭ ଲଗ୍ନ ନିର୍ଘଣ୍ଟ କରାଯିବ। ପରମ୍ପରା ଅନୁଯାୟୀ ଜନ୍ମାଷ୍ଟମୀ ପର ଦିନ ନୂଆଖାଇ ଲଗ୍ନ ବାହାରିଥାଏ। ପଶ୍ଚିମ ଓଡ଼ିଶାର ସର୍ବ ପୁରାତନ ବ୍ରହ୍ମପୁରା ମନ୍ଦିରରେ ଲଗ୍ନ ନିର୍ଦ୍ଧାରଣ ହୋଇଥାଏ। ମନ୍ଦିର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୈଠକରେ ପଣ୍ଡିତ ଓ ବିଦ୍ୱାନମାନେ ଯୋଗଦେଇ ଲଗ୍ନ ନିର୍ଦ୍ଧାରଣ କରିଥାନ୍ତି।
ଆଜି ସଂଧ୍ୟ୍ୟା ୫ଟାରେ ଲଗ୍ନ ନିର୍ଦ୍ଧାରଣ ହେବ ବୋଲି ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମେ ମନ୍ଦିରରେ ଏକ ବୈଠକରେ ଟ୍ରଷ୍ଟ ସଭ୍ୟ, ଜ୍ୟୋତିର୍ବିଦ,ପଣ୍ଡିତ ଓ ବିଦ୍ୱାନମାନେ ନୂଆଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ କରିଥାନ୍ତି। ପରେ ସେହି ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ପୂଜକ ଓ ଟ୍ରଷ୍ଟ ସଭ୍ୟମାନେ ମାଆ ସମଲେଶ୍ୱେରୀଙ୍କ ଠାରେ ଅର୍ପଣ କରିଥା’ନ୍ତି। ସେହି ଲଗ୍ନ ଓ ସମୟରେ ନୂଆଖାଇ ଦିନ ମାଆଙ୍କଠାରେ ଭୋଗ ଲାଗି ହୋଇଥାଏ ।
ସୂଚନାଯୋଗ୍ୟ, ଚଳିତ ବର୍ଷ ସେପ୍ଟେମ୍ବର ୧୧ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପଡ଼ୁଛି।
The post ନୂଆଖାଇ ପାଇଁ ଆଜି ଲଗ୍ନ ନିର୍ଘଣ୍ଟ appeared first on Odisha Reporter.
from Odisha Reporter https://ift.tt/3t7Upeb
No comments:
Post a Comment