୨୬ ଅଗଷ୍ଟ, ଗୁରୁବାର: ସନ୍ତାନଙ୍କ ଚିନ୍ତା ବଢ଼ିପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 25, 2021

୨୬ ଅଗଷ୍ଟ, ଗୁରୁବାର: ସନ୍ତାନଙ୍କ ଚିନ୍ତା ବଢ଼ିପାରେ

ମେଷ: ସନ୍ତାନସନ୍ତତିଙ୍କ ନିକଟରୁ ଶୁଭ ସମ୍ବାଦ ପାଇ ଖୁସି ହେବେ । ପ୍ରତିକୂଳ ପରିସ୍ଥିତି ଦୂରେଇ ଯିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି  ନେଇପାରନ୍ତି । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ।

ବୃଷ: ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସମାଜ ସେବାରେ ସମ୍ମାନ ଅର୍ଜନ କରିପାରିବେ । ଯାନବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବାକୁ ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ।

ମିଥୁନ: ଶତ୍ରୁ ପରାଜିତ ହେବେ ଓ ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ ।  କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଯୋଗେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ।

କର୍କଟ:ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ପାଇପାରେ ।

ସିଂହ:ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାରିବାରିକ ମାମଲା ବହୁତ ଆନନ୍ଦଦାୟକ ରହିବ ଓ ପ୍ରେମ ପ୍ରସଙ୍ଗରେ ଶୁଭ ସୂଚନା ଶୁଣିବାକୁ ପାଇବେ । ଆପଣଙ୍କର ଅପ୍ରୀତିକର କଥାବାର୍ତ୍ତାରେ ଲୋକମାନେ ବିରକ୍ତ ହୋଇପାରନ୍ତି।

କନ୍ୟା:ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ଫଳରେ ହସ ଖୁସିରେ ସମୟ ବିତାଇବେ । ଶାରିରୀକ ଅସୁସ୍ଥତା ଦୂର ହେବା ସହ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।  ଜମିଜମା ସଂକ୍ରାନ୍ତିୟ  ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ।

ତୁଳା: ଅର୍ଥଲାଭ ହେବ। ସମସ୍ତ ସମସ୍ୟାର ସମାଧାନ ହୋଇଯିବ। କାହା କଥାରେ ପ୍ରଭାବିତ ହୋଇ କିଛି ଗୋଳମାଳିଆ ସ୍ଥିତି ସୃଷ୍ଟି କରିପାରନ୍ତି।

ବିଛା: ମନ ଅଶାନ୍ତ ରହିବ। ନୀରବ ରୁହନ୍ତୁ। ବ୍ୟବସାୟୀଙ୍କ ପାଇଁ ଦିନଟି ବେଶ୍ ଭଲ ଅଛି।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମ୍ନା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମକର: ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଯେକୌଣସି ନୂଆ କାମ ଆରମ୍ଭ କରିପାରିବେ।

କୁମ୍ଭ: ସମସ୍ତ କାର୍ଯ୍ୟ ଭଲରେ ଭଲରେ ସଂପନ୍ନ ହେବ। ପରିବାରରେ ହସଖୁସିରେ ବାତାବରଣ ରହିବ। ନୂଆ ଲକ୍ଷ୍ୟ ପୂରଣ ଦିଗରେ କାର୍ଯ୍ୟ କରିବେ।

ମୀନ: ପୈତୃକ ସମ୍ପତ୍ତିକୁ ନେଇ ରହିଥିବା ସମସ୍ୟାର ସମାଧାନ ହୋଇପାରେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।

The post ୨୬ ଅଗଷ୍ଟ, ଗୁରୁବାର: ସନ୍ତାନଙ୍କ ଚିନ୍ତା ବଢ଼ିପାରେ appeared first on Odisha Reporter.



from Odisha Reporter https://ift.tt/3t0AvSx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages