୧,୦୪୧ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୬,୫୬୫କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 9, 2021

୧,୦୪୧ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୬,୫୬୫କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୩୬ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୫୬୫କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୩୨, ଅନୁଗୋଳରୁ ୫୭, ବାଲେଶ୍ୱରରୁ ୨୩, ବରଗଡ଼ରୁ ୩, ଭଦ୍ରକରୁ ୧୫, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, ଦେବଗଡ଼ରୁ ୭, ଢେଙ୍କାନାଳରୁ ୧୦, ଗଜପତିରୁ ୩, ଗଞ୍ଜାମରୁ ୧୧, ଜଗତସିଂହପୁରରୁ ୮୧, ଯାଜପୁରରୁ ୩୬, କଳାହାଣ୍ଡିରୁ ୫, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୨୮, କେନ୍ଦୁଝରରୁ ୧୭, କୋରାପୁଟରୁ ୫, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୮, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୨୬, ସମ୍ବଲପୁରରୁ ୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଅଛନ୍ତି। ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୮୧ ଜଣ ଚିହ୍ନଟ ହୋଇଛନ୍ତି।

୧୦୪୧ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୮ ହଜାର ୯୯୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୭୧ ହଜାର ୩୯୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦ ହଜାର ୯୮୮ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ଯେଉଁ ୬୪ ଜଣ ମୃତକଙ୍କ ସଂପର୍କରେ ତଥ୍ୟ ଦିଆଯାଇଛି, ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ସୁନ୍ଦରଗଡ଼ରୁ ୮, ବାଲେଶ୍ୱରରୁ ୬, କନ୍ଧମାଳରୁ ୪, କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀରୁ ୩ ଜଣ ଲେଖାଏଁ, ଅନୁଗୋଳ, ଦେବଗଡ଼ ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗିର, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୩୩୫କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୨୭୪, ବାଲେଶ୍ୱରରେ ୨୧୯, ବଲାଙ୍ଗିରରେ ୧୧୨, କଟକରେ ୪୪୪, ଦେବଗଡ଼ରେ ୪୨, ଢେଙ୍କାନାଳରେ ୧୩୨, ଗଞ୍ଜାମରେ ୪୬୨, ଜଗତସିଂହପୁରରେ ୧୦୭, ଯାଜପୁରରେ ୮୩, ଝାରସୁଗୁଡ଼ାରେ ୧୬୮, କନ୍ଧମାଳରେ ୮୧, ମୟୂରଭଞ୍ଜରେ ୨୨୯, ନୟାଗଡ଼ରେ ୧୫୮, ପୁରୀରେ ୪୦୨, ସମ୍ବଲପୁରରେ ୧୯୫ ଓ ସୁନ୍ଦରଗଡ଼ରେ ୫୬୬କୁ ବୃଦ୍ଧି ପାଇଛି।

The post ୧,୦୪୧ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୬,୫୬୫କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/3lPweje

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages