ରାଜ୍ୟରେ ଚିହ୍ନଟ ହେଲେ ୧୧୦୭ ପଜିଟିଭ, ୬୭ ମୃତକଙ୍କ ସୂଚନା ମିଳିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 11, 2021

ରାଜ୍ୟରେ ଚିହ୍ନଟ ହେଲେ ୧୧୦୭ ପଜିଟିଭ, ୬୭ ମୃତକଙ୍କ ସୂଚନା ମିଳିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୬୪୬ ଓ ଲୋକାଲ କେସ୍‌ ହେଉଛି ୪୬୧ ।  ଏହାବାଦ ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି। ଏଥିସହ କରୋନାଜନିତ ମୃତ୍ୟୁସଂଖ୍ୟା ୬,୬୯୭କୁ ବୃଦ୍ଧି ପାଇଛି।

ଚିହ୍ନଟ ହୋଇଥିବା ୧୧୦୭ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ଅନୁଗୁଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲରାୁ ୬୬ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୫୨ଜଣ ଚିହ୍ନଟ ହୋଇଛନ୍ତି।

ଏହାବାଦ ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ,   କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍‌ରୁ ୮୨ଜଣ ଚିହ୍ନଟ ହୋଇଛନ୍ତି ।

୬୭ କରୋନା ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୫ଜଣଙ୍କର ମୃତ୍ୟୁ ହୋଇଛି। କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସୋନପୁର, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

The post ରାଜ୍ୟରେ ଚିହ୍ନଟ ହେଲେ ୧୧୦୭ ପଜିଟିଭ, ୬୭ ମୃତକଙ୍କ ସୂଚନା ମିଳିଲା appeared first on Odisha Reporter.



from Odisha Reporter https://ift.tt/3iD4UCw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages