ରାଜ୍ୟରେ ଶହେ ଉପରେ ଛୁଆ ପଜିଟିଭ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 24, 2021

ରାଜ୍ୟରେ ଶହେ ଉପରେ ଛୁଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ ଜଣ ହେଉଛନ୍ତି ଛୁଆ, ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ। ଗତକାଲି ଆକ୍ରାନ୍ତଙ୍କ ମଧ୍ୟରେ କେବଳ ୮୦ ଜଣ ଛୁଆ ଥିବା ବେଳେ ଆଜି ଏହି ସଂଖ୍ୟା ହଠାତ୍‌ ଶହେ ଡେଇଁଛି, ଯାହାକି ଚିନ୍ତାର ବିଷୟ । ଏହାବାଦ ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ଜଣାଯାଇଛି।

ଆଜି ଚିହ୍ନଟ ୮୮୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୭୨ ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ ଚିହ୍ନଟ ହୋଇଛନ୍ତି। କଟକରୁ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୬, ଯାଜପୁରରୁ ୪୩, ଜଗତସିଂହପୁରରୁ ୩୭, ମୟୂରଭଞ୍ଜରୁ ୩୧,  ଅନୁଗୁଳରୁ ୨୭, ସମ୍ବଲପୁରରୁ ୨୧, କେନ୍ଦୁଝରରୁ ୧୯,  ଢେଙ୍କାନାଳରୁ ୧୬, କେନ୍ଦ୍ରାପଡ଼ାରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ବରଗଡ଼ରୁ ୯, ଭଦ୍ରକରୁ ୯, ବୌଦ୍ଧରୁ ୧, ଦେବଗଡ଼ରୁ ୯, ଗଜପତିରୁ ୩, ଗଂଜାମରୁ ୨, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୧, କନ୍ଧମାଳରୁ୨, କୋରାପୁଟରୁ ୪, ମାଲକାନଗିରିରୁ ୨, ନବରଂଗପୁରରୁ ୨, ନୟାଗଡ଼ରୁ ୧୧, ନୂଆପଡ଼ାରୁ ୩, ପୁରୀରୁ ୩୯, ରାୟଗଡ଼ାରୁ ୨, ସୁନ୍ଦରଗଡ଼ରୁ  ୭, ଷ୍ଟେଟପୁଲ୍‌ରୁ  ୬୯ ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି।  ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩ ହଜାର ୨୧୦କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ସାମ୍ପଲ୍ ଟେଷ୍ଟ ୬୮,୭୧୭; ପଜିଟିଭିଟି ୧.୨୯%।

ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୬୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରେ ୨୫ଜଣ ଆଖି ବୁଜିଥିବା ବେଳେ, ଜଗତସିଂହପୁର ଜିଲ୍ଲାରେ ୨୧, ଢେଙ୍କାନାଳରେ ୯, ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଓ ଅନୁଗୁଳ ଜିଲ୍ଲାରୁ ୨ଜଣ ଲେଖାଏଁ  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭଦ୍ରକ, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ଆଖି ବୁଜିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୩ ହଜାର ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮ ହଜାର ୨୨୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୮୭ ହଜାର ୩୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

The post ରାଜ୍ୟରେ ଶହେ ଉପରେ ଛୁଆ ପଜିଟିଭ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2Wp89EX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages