ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ସାଂସଦ ତଥା ପ୍ରଦେଶ କଂଗ୍ରେସ କମିଟି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଖୁବଶୀଘ୍ର ବିଜେଡିରେ ମିଶିବେ। ପଂଚାୟତ ନିର୍ବାଚନରେ ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ତଥା ପଶ୍ଚିମ ଓଡ଼ିଶାରେ ନିଜର ଭୋଟ ବ୍ୟାଙ୍କକୁ ସୁଦୃଢ଼ କରିବା ପାଇଁ ବିଜେଡି ଏବେ ଶ୍ରୀ ମାଝୀଙ୍କୁ ଦଳରେ ସାମିଲ କରିବାକୁ ନୀତିଗତ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ଶ୍ରୀ ମାଝୀ କଂଗ୍ରେସ ଛାଡ଼ି ବିଜେଡିରେ ମିଶିବା ପାଇଁ ମଧ୍ୟ ସବୁଜ ସଙ୍କେତ ଦେଇସାରିଛନ୍ତି। ବିଜେଡିର ୨ଜଣ ବରିଷ୍ଠ ନେତା ତାଙ୍କ ସହ ପ୍ରାରମ୍ଭିକ ପର୍ଯ୍ୟାୟ ଆଲୋଚନା କରିଥିବା ଖବର ମିଳିଛି। ‘ଓଡ଼ିଶା ରିପୋର୍ଟର’ ସହ କଥାବାର୍ତ୍ତାବେଳେ ୪୫ବର୍ଷୀୟ ଶ୍ରୀ ମାଝୀ ଏନେଇ ସ୍ପଷ୍ଟ ଭାବେ କିଛି କହିନଥିଲେ ମଧ୍ୟ ବିଜେଡିରେ ସାମିଲ ହେବା ପ୍ରସଙ୍ଗକୁ ସେ ସମ୍ପୂର୍ଣ୍ଣ ଏଡ଼ାଇ ଯାଇ ନାହାନ୍ତି। ରାଜ୍ୟରେ କଂଗ୍ରେସ ସଂଗଠନ ଦିନକୁ ଦିନ ତଳକୁ ତଳ ଯାଉଥିବାବେଳେ ଶ୍ରୀ ମାଝୀ ଦଳ ଛାଡ଼ିବା ପ୍ରାୟତଃ ଏକପ୍ରକାର ନିଶ୍ଚିତ ବୋଲି ସୂଚନା ମିଳିଛି। ନବରଙ୍ଗପୁର ସମେତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବିଜେଡି ପାଖରେ ଜଣେ ଦକ୍ଷ ଆଦିବାସୀ ନେତା ନଥିବାରୁ ଦଳ ଏବେ ଶ୍ରୀ ମାଝୀଙ୍କ ଉପରେ ଭରସା କରିବାକୁ ଯୋଜନା ରଖିଛି । ଶ୍ରୀ ମାଝୀ ରାଜ୍ୟ ଯୁବ କଂଗ୍ରେସ ସଭାପତି ଭାବେ ୨୦୦୯ରୁ ୨୦୧୧ ଓ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସ ସାଂସଦ ଭାବେ ନବରଙ୍ଗପୁରରୁ ନିର୍ବାଚିତ ହୋଇଥିଲେ । ତା’ପୂର୍ବରୁ ସେ ନବରଙ୍ଗପୁର ଜିଲ୍ଲା ପରିଷଦ ସଭାପତି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି ।
The post ବିଜେଡିରେ ମିଶିବେ ପ୍ରଦୀପ ମାଝୀ ! appeared first on Odisha Reporter.
from Odisha Reporter https://ift.tt/37CxT37
No comments:
Post a Comment