ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଛି ସୂଚନା।orissaresults.nic.inରେ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ। ତେବେ କେତେବେଳେ ରେଜଲ୍ଟ ବାହାରିବ ସେ ସମ୍ପର୍କରେ ଆଜି ସ୍ପଷ୍ଟ ସୂଚନା ଦିଆଯିବ ।
କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ ହୋଇଥିଲା ଏବଂ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କର ମୂଲ୍ୟାୟନ କରାଯାଇଛି। ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରିକ୍ଷା ଫଳ ବାହାରିଥିଲା। ସେହି ସମୟରେ ଆଉ ୧୫ ଦିନ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଥିଲା।
ଚଳିତ ବର୍ଷ କଳାରେ ପାସ୍ ହାର ୯୦% ଉପରେ ରହିବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତେବେ ନିଜ ଫଳାଫଳକୁ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇଲେ ସେମାନଙ୍କ ନିମନ୍ତେ କ’ଣ ପଦକ୍ଷେପ ଗ୍ରହଣ କରାଯିବ, ଅଫ୍ଲାଇନ୍ରେ ପରୀକ୍ଷା କରାଯିବ କି ନାହିଁ ସେ ସମ୍ପର୍କରେ ଆଗାମୀ ଦିନରେ ଜଣାପଡ଼ିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନି।
ସୂଚନାଯୋଗ୍ୟ, ଯୁକ୍ତ ୨ ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟରେ ୯୪.୯୬% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ବିଜ୍ଞାନରେ ରେଗୁଲାର ପାସ୍ ହାର ୯୯.୮୮% ରହିଛି। ଏଥିରୁ ପ୍ରଥମ ଶ୍ରେଣୀରେ ୫୫ ହଜାର ୪୬୮ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬ ହଜାର ୯୪୩ ଓ ତୃତୀୟ ଶ୍ରେଣୀରେ ୧୪ ହଜାର ୬୩୧ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେହିପରି ବିଜ୍ଞାନରେ ଏକ୍ସ ରେଗୁଲାର ପାସ୍ ହାର ୭୧.୨୭% ରହିଛି।
ବାଣିଜ୍ୟରେ ରେଗୁଲାର ପାସ୍ ହାର ୯୯.୯୫% ରହିଛି। ଏଥିରେ ପ୍ରଥମ ଶ୍ରେଣୀରେ ୮,୩୫୫ ଜଣ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୫,୬୯୨ ଓ ତୃତୀୟ ଶ୍ରେଣୀରେ ୯,୦୬୬ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ବାଣିଜ୍ୟରେ ଏକ୍ସ ରେଗୁଲାର ପାସ୍ ହାର ୫୪.୭୮% ରହିଛି।
The post କାଲି ବାହାରିବ +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ appeared first on Odisha Reporter.
from Odisha Reporter https://ift.tt/3xLG7k2
No comments:
Post a Comment